ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ: ମାର୍ଚ୍ଚ ସୁଦ୍ଧା ଜମି ଯୋଗାଇଦେବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ପର୍ଯ୍ୟାୟରେ ଯେଉଁ ୨୨୦୦ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ସ୍ଥିରୀକୃତ ହୋଇଛି, ସେହି ସମସ୍ତ ବିଦ୍ୟାଳୟ ପାଇଁ ମାର୍ଚ୍ଚ ୨୦୨୭ ସୁଦ୍ଧା ଜମି ଚିହ୍ନଟ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।କାର୍ଯ୍ୟର ଅଗ୍ରଗତି ପାଇଁ ଜିଲ୍ଲାପାଳମାନେ ପ୍ରତି ସପ୍ତାହରେ ଏହାର ତଦାରଖ କରିବେ ଏବଂ ଏକ ସାପ୍ତାହିକ ରିପୋର୍ଟ ପ୍ରସ୍ତୁତ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ନିଜେ ପ୍ରତି ମାସରେ ଏହି ପ୍ରକଳ୍ପର ସମୀକ୍ଷା କରିବେ। ସୂଚନାଯୋଗ୍ୟ ଯେ, ଚଳିତ ଆର୍ଥିକ ବର୍ଷରେ ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ପ୍ରାୟ ୨୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସ୍ଥା କରିଛନ୍ତି।ବିଦ୍ୟାଳୟ ନିର୍ମାଣ ପାଇଁ ଜମି ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଶିକ୍ଷା ନୀତି- ୨୦୨୦ ଓ ଶିକ୍ଷା ଅଧିକାର- ୨୦୦୯ ର ଲକ୍ଷ୍ୟ ପୂରଣ ପାଇଁ ପଞ୍ଚାୟତ ସ୍ତରରେ ବିଶ୍ୱସ୍ତରୀୟ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ଏହି ଯୋଜନାର ମୂଳ ଲକ୍ଷ୍ୟ।
ବର୍ତ୍ତମାନ ସୁଦ୍ଧା ୩୨୨ଟି ସ୍କୁଲ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇ କାମ ଆରମ୍ଭ ହୋଇଛି। ତେଣୁ, ବାକିତକ ବିଦ୍ୟାଳୟ ପାଇଁ ତୁରନ୍ତ ଜମିର ଚିହ୍ନଟ କରିବା ପାଇଁ ଜିଲ୍ଲାପାଳମାନେ ଗୁରୁତ୍ୱ ଦେଇ ଉଦ୍ୟମ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଜମି ଚିହ୍ନଟ ପ୍ରକ୍ରିୟାରେ ସ୍ଥାନୀୟ ବିଧାୟକମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହାଦ୍ୱାରା ଜମି ଚିହ୍ନଟ ପ୍ରକ୍ରିୟା ସହଜ ଏବଂ ତ୍ୱରାନ୍ୱିତ ହେବ।ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି ଯେ, ଏହି ପ୍ରକଳ୍ପର ସଫଳତା ପାଇଁ ଜିଲ୍ଲାପାଳମାନଙ୍କ ସକ୍ରିୟ ଉଦ୍ୟମ ଏକାନ୍ତ ଜରୁରୀ। ସମସ୍ତେ ଏହାକୁ ଗୁରୁତ୍ୱର ସହ ନେଇ ଧାର୍ଯ୍ୟ ଟାର୍ଗେଟ ପୂରଣ କରନ୍ତୁ। ୨୨୦୦ ବିଦ୍ୟାଳୟକୁ ଖୁବ୍ ଶୀଘ୍ର ନିର୍ମାଣ କରିବା ପାଇଁ ପ୍ରଶାସନିକ କଳ କ୍ରିୟାଶୀଳ ହୋଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ପ୍ରତି ଗ୍ରାମ ପଞ୍ଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରିବାର ଲକ୍ଷ୍ୟ ରହିଛି।

ଏହି ବୈଠକରେ ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଡି. କେ. ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଏନ୍. ତିରୁମାଲା ଏବଂ ଓସେପା (OSEPA) ର ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳମାନେ ଆଭାସି ମାଧ୍ୟମରେ ଯୋଗ ଦେଇଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ