‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌ ଶୀଘ୍ର କାର୍ୟ୍ୟକାରୀ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।
ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ। ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀମତୀ ଶାଲିନୀ ପଣ୍ଡିତ, ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଯାମିନୀ ଷଡଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ