ଗୋପପୁରରେ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସମ୍ବଲପୁର ଜୁନିଅର ଏଫସି ଚାମ୍ପିଅନ

ଦେବଗଡ଼:ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ଗୋପପୁରଠାରେ ରାଧାକୃଷ୍ଣ କ୍ଲବ ପକ୍ଷରୁ ଚାଲିଥିବା ୫ ଦିନିଆ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ୍‌ରେ ସମ୍ବଲପୁର ଜୁନିଅର ଏଫସି ଓ ବାରକୋଟ ଏଫସି ମା ରମ୍ଭାଦେବୀ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ ସମ୍ବଲପୁର ଜୁନିଅର ଏଫସି ଦଳ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା। ମ୍ୟାଚକୁ ଆଲୋକ ଦେହୁରୀ,ଲକ୍ଷ୍ମଣ ସେଠ,ମୁକେଶ ପ୍ରଧାନ, ସରୋଜ ମଳିକ ଓ ପପୁନ ବେହେରା ପରିଚାଳନା କରିଥିଲେ। ଉଦଯାପନୀ ତଥା ପୁରସ୍କାର ବିତରଣି କାର୍ଯ୍ୟକ୍ରମ‌ରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ ମୁଖ୍ୟଅତିଥି,ବିଧାୟକଙ୍କ ପ୍ରତିନିଧି ରାଜକିଶୋର ସାହୁ,ଆଇନଜୀବୀ ତନୁଚନ୍ଦ୍ର ପାତ୍ର,ସ୍ଥାନୀୟ ପିଇଟି ପିତାମ୍ବର ସାହୁ, ବରିଷ୍ଠ ସଦସ୍ୟ ଅର୍ଜୁନ ମୋହନ ସାହୁ,ହୀରାଲାଲ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତା‌ ଦଳକୁ ପୁରସ୍କୃତ କରିଥିଲେ। ପ୍ରତିଯୋଗିତା ପରିଚାଳନାରେ କ୍ଲବ ସଭାପତି ଶିବାନୀ ପାଣି,ସମ୍ପାଦକ ଲିଟୁନ ସାହୁଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ