ଗ୍ରୀଷ୍ମ ପ୍ରବାହ: ଶ୍ରମିକଙ୍କ ନିୟୋଜନ ଉପରେ କଟକଣା

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହ ସମୟରେ ପୂର୍ବାହ୍ଣରୁ ମଧ୍ୟାହ୍ନ ପର୍ୟ୍ୟନ୍ତ ଶ୍ରମିକଙ୍କ ନିୟୋଜନ ଉପରେ କଟକଣା ରହିଛି। ଚଳିତ ବର୍ଷ ମଧ୍ୟ ଶ୍ରମ ବିଭାଗ ଏବଂ ଏସ୍ଆର୍‌ସି ନିର୍ଦେଶ ଜାରି କରି ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୩ଟା ପର୍ୟ୍ୟନ୍ତ ଖରାରେ କାମ କରାଇବାକୁ ବାରଣ କରିଛନ୍ତି। ପୂର୍ତ୍ତ ବିଭାଗର ଇଆଇସି ସମସ୍ତ ଜୋନ୍‌ର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ପତ୍ର ଲେଖି କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ୟ୍ୟନ୍ତ ଶ୍ରମିକଙ୍କୁ ଖରାରେ କାର୍ୟ୍ୟ ନ କରାଇବାକୁ ନିର୍ଦେଶ ରହିଛି। ଠିକା ସଂସ୍ଥାଗୁଡ଼ିକ ଏ ସମୟରେ କାର୍ୟ୍ୟ ବନ୍ଦ କରିବା ସହ ଶ୍ରମିକଙ୍କ ପାଇଁ ଛାୟାର ବ୍ୟବସ୍ଥା (ରେଷ୍ଟ ସେଡ୍‌) ସହ ପାନୀୟ ଜଳ ଓ ଫାଷ୍ଟ ଏଡ୍‌ ଉପଲବ୍ଧ କରିବାକୁୁ କୁହାଯାଇଛି। କ୍ଷେତ୍ର କର୍ମଚାରୀମାନେ ଏଥିପ୍ରତି ସଜାଗ ରହିବା ସହ କୌଣସି ଅପ୍ରୀତିକାର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ