ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼ : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଉପସ୍ଥିତିରେ ଦଳରେ ପୁଣି ଯୋଗଦାନ କରିବେ। ନେପାକ କଂଗ୍ରେସର ଜଣେ ବରିଷ୍ଠ ନେତା ଥିବାବେଳେ ୨୦୦୯ରେ ବରଗଡ଼ ବିଧାନସଭା ଆସନରୁ ବିଧାୟକ ନିର୍ବାଚିତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ କଂଗ୍ରେସ ଛାଡି ବିଜେଡିରେ ଯୋଗଦାନ କରିଥିଲେ । ବିଜେଡି ତାଙ୍କୁ ରାଜ୍ୟ ଯୋଜନା ବୋର୍‌ ସଦସ୍ୟ ମନୋନୀତ କରିଥିଲା। ମାତ୍ର ୨୦୨୪ ନିର୍ବାଚନ ଅବ୍ୟବହିତ ପୂର୍ବରୁ ନେପାକ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ।

  • Related Posts

    pravati parida meet modi ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

    ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ‘ଆସନ୍ତା ୨୮ ତାରିଖ (ରାଖୀ ପୂର୍ଣ୍ଣିମା) ଅବସରରେ ନୟାଗଡ଼ଠାରୁ ପ୍ରଦାନ କରାଯିବାକୁ ଥିବା ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି…

    Continue reading
    bjd ବିଜେଡି ସଂଖ୍ୟାଲଘୁ ସେଲ୍‌ ନବକଳେବର

    ଭୁବନେଶ୍ୱର : ଦଳକୁ ପୁନର୍ଗଠନ କରିବାରେ ଲାଗି ପଡ଼ିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଦଳର ସଂଖ୍ୟାଲଘୁ ସେଲ୍ ନବକଳେବର କରାଯାଇଛି । ରାଜ୍ୟସ୍ତରୀୟ ସେଲ୍କୁ ପୁନର୍ଗଠନ କରାଯିବା ସହ ୩୦ଟି ସାଂଗଠନିକ ଜିଲ୍ଲାରେ ସଂଖ୍ୟାଲଘୁ ସେଲ୍ ସଭାପତି ଘୋଷଣା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ