ସ୍ତ୍ରୀଙ୍କୁ ହତ୍ୟାପରେ ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ: ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ପରେ ସ୍ୱାମୀ ମଧ୍ୟ ଆତ୍ମହତ୍ୟା କରିଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି।

ପ୍ରାଥମିକ ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ କୌଣସି ଏକ କଥାକୁ ନେଇ ସ୍ୱାମୀ ରତ୍ନାକର ନାଏକ ଓ ସ୍ତ୍ରୀ ରଶ୍ମିତା ନାଏକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ରତ୍ନାକରଙ୍କ ଆକ୍ରମଣରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ ଭାବେ ଜଣାପଡ଼ିଛି। ପରେ ରତ୍ନାକର ଘର ଭିତରେ ନିଜ ପିଲାମାନଙ୍କୁ ରଖି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।

ଖବର ପାଇ ପରଜଙ୍ଗ ପୋଲିସ ସହ କାମାକ୍ଷାନଗର ଏସ୍‌ଡିପିଓ ଚିତ୍ତରଞ୍ଜନ ବେହେରା ଓ ଥାନା ଅଧିକାରୀ ସୁବ୍ରତ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଜିଲା ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ତେବେ ଦମ୍ପତିଙ୍କ ମୃତ୍ୟୁର ପ୍ରକୃତ କାରଣ ଓ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ