ଚଣ୍ଡିଖୋଲ ପେଟ୍ରୋଲିୟମ ରିଜର୍ଭ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

ମଙ୍ଗଳବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ “ଇଣ୍ଡିଆନ ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ୍” (ଆଇଏସପିଆରଏଲ) ର ଡେପୁଟି ସିଇଓ ଶ୍ରୀ ଅତୁଲ ଗୁପ୍ତାଙ୍କ ସହ ସାକ୍ଷାତ୍ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା “ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ” ପ୍ରକଳ୍ପର ସାମ୍ପ୍ରତିକ ସ୍ଥିତି ଏବଂ ଅଗ୍ରଗତି ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆଇଏସପିଆରଏଲ ଡେପୁଟି ସିଇଓ ଗୁପ୍ତାଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ।
ଏହି ପ୍ରକଳ୍ପ ଉପରେ ମତ ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି, “୪ ମିଲିୟନ୍ ମେଟ୍ରିକ୍ ଟନ୍ (ଏମଏମଟି) କ୍ଷମତା ବିଶିଷ୍ଟ ଏହି ବିଶାଳ ତୈଳ ଭଣ୍ଡାର ପ୍ରକଳ୍ପ ଆଗାମୀ ଦିନରେ ଓଡ଼ିଶାରେ ବିକାଶ ସହ ନିଯୁକ୍ତିର ନୂଆ ସୁଯୋଗ ତିଆରି କରିବ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନ ମାଧ୍ୟମରେ ଓଡ଼ିଶାକୁ ଦେଶର ଏକ ପ୍ରମୁଖ ଶକ୍ତି କେନ୍ଦ୍ର ଭାବେ ଗଢି ତୋଳିବା ସହ ଦେଶର ଶକ୍ତି ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧପରିକର। ”
ଦେଶର ଶକ୍ତି ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ୨୦୧୮ ଜୁନ୍ ୨୭ ତାରିଖରେ ଚଣ୍ଡିଖୋଲ ଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା “ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ” ପ୍ରକଳ୍ପ ପାଇଁ ଅନୁମୋଦନ ଦେଇଥିଲେ। ତତ୍କାଳୀନ ପେଟ୍ରୋଲିୟମ୍ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିରନ୍ତର ପ୍ରୟାସ ପରେ ଏହି ପ୍ରକଳ୍ପ ପାଇଁ ନିକଟରେ ଯାଜପୁର ଜିଲ୍ଲାର ଧର୍ମଶାଳା ସବ-ରେଜିଷ୍ଟ୍ରାର ଅଫିସରେ “ଆଇଏସପିଆରଏଲ” (ISPRL) ଦ୍ୱାରା ୪୦୦ ଏକର ଜମିର ଲିଜ୍ ଡିଡ୍ ପଞ୍ଜୀକରଣ ସହ ଜମି ଅଧିଗ୍ରହଣ ପ୍ରକ୍ରିୟା ସଫଳତାର ସହ ସମ୍ପନ୍ନ ହୋଇଛି। ପ୍ରାୟ ୮୭୪୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ ବିଶ୍ୱ ବଜାରରେ ତୈଳ ଦର ଅସ୍ଥିରତା ସମୟରେ ଦେଶ ପାଇଁ ଏକ ମଜଭୁତ ସୁରକ୍ଷା କବଚ ଭାବେ କାର୍ଯ୍ୟ କରିବ।

  • Related Posts

    ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ

    ଭୁବନେଶ୍ୱର: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ। STU, ଡଗ ସ୍କ୍ବାଡ, ବମ ସ୍କ୍ବାଡ…

    Continue reading
    ଟ୍ରକ-ବସ ଧକ୍କା:୪ ମୃତ

    ରାଉରକେଲା: ରାଉରକେଲାରୁ ଯାଜପୁର ମଙ୍ଗଳପୁର ଆସୁଥିବା ଘରୋଇ ବସ ପ୍ରମିଳା ଗତକାଲି ରାତ୍ରୀ ପ୍ରାୟ ୯. ୧୦ ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୧୪୩ ନମ୍ବର ଜାତୀୟ ରାଜପଥ ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୂଷାବୀରା ଠାରେ ବସ ଚାଳକ ଭାରସାମ୍ୟ ହରାଇ ଡିଭାଇଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା