ଚର୍ଚ୍ଚା: ସରେଣ୍ଡର କରିବେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର ବିଜେପି ନେତା ଜଗନ୍ନାଥ ପ୍ରଧାନ ପୁଲିସ ପାଖରେ ଆତ୍ମ ସମର୍ପଣ କରିବେ । ରାଜ୍ୟ କାର୍ୟ୍ୟାଳୟରେ ଜଗନ୍ନାଥ ଥିବାବେଳେ ସେଠାରୁ ସମର୍ଥକମାନଙ୍କ ସହ ସେ ଖାରବେଳନଗର ଥାନାରେ ଆତ୍ମସମର୍ପଣ କରିବେ ବୋଲି ଚର୍ଚ୍ଚା ହେଉଛି । ବିଶେଷକରି ‘ଆଇନ୍‌କୁ ସମ୍ମାନ ଦେବି’ ବୋଲି ଜଗାଙ୍କ ପୋଷ୍ଟ ଏବେ ବେଶ୍‌ ଚର୍ଚ୍ଚା ସୃଷ୍ଟିକରିଛି । ରାଜ୍ୟ ବିଜେପି କାର୍ୟ୍ୟାଳୟରେ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତାଙ୍କ ସହ ଜଗନ୍ନାଥ ଏବେ ଆଲୋଚନା କରୁଥିବା ଜାଣିବାକୁ ମିଳିଛି ।

ଫେସବୁକ୍‌ରେ ଜଗା ପୋଷ୍ଟ କରିଛନ୍ତିଯେ, ରାଜ୍ୟରେ ଦୁଇ ଦିନ ହେବ ବିଏମସି ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି । ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ । ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି ।
ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡକୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି । ଆଇନ ଅନୁସାରେ ଯାହା କାର୍ୟ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସମ୍ପୂର୍ଣ୍ଣ ସହଯୋଗ କରିବି ।
ସୂଚନାଯୋଗ୍ୟଯେ, ବିଏମସିର ଆସିଷ୍ଟାଣ୍ଟ କମିଶନର ରତ୍ନାକର ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଜଗନ୍ନାଥଙ୍କ କେତେକ ସହଯୋଗୀ ଆକ୍ରମଣ କରିଥିଲେ । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଯାଇଥିବାବେଳେ ଓଏଏସ ସଂଘ ବି ଜଗାଙ୍କ ଗିରଫ ଦାବିରେ ଅଡ଼ି ବସିଥିବା କୁହାଯାଉଛି ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ