ଚାଷୀଙ୍କୁ ଦଳିଦେଲା ଦନ୍ତା

କଳାହାଣ୍ଡି: ବିଶ୍ୱନାଥପୁର ରେଞ୍ଜ ଅନ୍ତର୍ଗତ ବେତିଆପଡ଼ା ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାଁର ବିମ୍ବା ମାଝୀ। ସୂଚନା ଅନୂଯାୟୀ ବିମ୍ବା ନିଜ ଚାଷ ଜମିକୁ ଯାଇଥିବା ବେଳେ ଏକ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ। ହାତୀଟି ତାଙ୍କୁ ଦଳିଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।ଘଟଣା ସମ୍ପର୍କରେ ଖବର ପାଇ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ଜଣାପଡ଼ିଛି।
ଗତ କିଛି ଦିନ ଧରି ବେତିଆପଡ଼ା ଓ ଏହାର ଆଖପାଖ ଅଞ୍ଚଳରେ ହାତୀପଲଙ୍କ ଚଳପ୍ରଚଳ ଜାରି ରହିଥିଲା। ଏଭଳି ସ୍ଥିତିରେ ଲୋକଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ ପାଇଁ ସଚେତନ କରାଯାଇନଥିବା ଏବଂ ସୁରକ୍ଷାମୂଳକ ପଦକ୍ଷେପରେ ଅବହେଳା ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ତେବେ ତଦନ୍ତ ପରେ ପ୍ରକୃତ ତଥ୍ୟ ସ୍ପଷ୍ଟ ହେବ ବୋଲି ବନ ବିଭାଗ କହିଛି । ଘଟଣାର ତଦନ୍ତ ପରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ବିଶ୍ୱନାଥପୁର ରେଞ୍ଜର ନରୋତ୍ତମ ମାଝୀ ସୂଚନା ଦେଇଛନ୍ତି।ଜଙ୍ଗଲ କ୍ଷୟ, ଖାଦ୍ୟ ଓ ପାଣିର ଅଭାବ ଯୋଗୁଁ ହାତୀମାନେ ବାରମ୍ବାର ଜନବସତି ଓ ଚାଷଜମି ମୁହାଁ ହେଉଥିବାରୁ ମଣିଷ ଓ ହାତୀ ସଂଘର୍ଷ ବଢ଼ିବାରେ ଲାଗିଛି। ଏହା ଫଳରେ ଏକପଟେ ମଣିଷଙ୍କ ଧନଜୀବନ ପ୍ରଭାବିତ ହେଉଥିବା ବେଳେ ଅନ୍ୟପଟେ ବନ୍ୟଜନ୍ତୁଙ୍କ ସୁରକ୍ଷା ମଧ୍ୟ ଚିନ୍ତାର ବିଷୟ ପାଲଟିଛି।
ହାତୀଙ୍କ ଗତିବିଧି ଉପରେ ନଜର ରଖିବା ସହ ଗ୍ରାମବାସୀଙ୍କୁ ଆଗୁଆ ସତର୍କ କରିବା ପାଇଁ ବିଭିନ୍ନ ଅଞ୍ଚଳରେ ଗଜସାଥୀ ନିଯୁକ୍ତ ହୋଇଛନ୍ତି। ବେତିଆପଡ଼ା ଘଟଣା ପରେ ଗଜସାଥୀ ବ୍ୟବସ୍ଥା କେତେ ପ୍ରଭାବଶାଳୀ ଭାବେ କାର୍ଯ୍ୟ କରୁଛି, ତାହାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ମଣିଷ-ହାତୀ ସଂଘର୍ଷ ରୋକିବା ପାଇଁ ବନ ବିଭାଗ ଅଧିକ ସକ୍ରିୟ ହେବା, ହାତୀଙ୍କ ଗତିବିଧି ସମ୍ପର୍କରେ ଗ୍ରାମବାସୀଙ୍କୁ ଆଗୁଆ ସୂଚନା ଦେବା ଏବଂ ପ୍ରଭାବିତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ