ଚିତାଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ଗୁରୁବାର ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ନ ୨ଟା ୩୦ ପରଠୁ ସନ୍ଧ୍ୟା ୬ଟା ୩୦ ମିନିଟ୍ ପର୍ୟ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ। ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ। ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି।

ଚିତଉ ଅମାବାସ୍ୟା ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ। ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ। ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି। ସେଥି ପାଇଁ “ଗେଣ୍ଡେଇକଟା ଓଷା” ନାମରେ ମଧ୍ୟ ଜଣା ବାଲେଶ୍ୱର, ମୟୂୂରଭଞ୍ଜ ଓ କେଉଁଝର ଆଦି ଅଞ୍ଚଳରେ ଏହି ପର୍ବକୁ “ଗେଣ୍ଡାକଟା ଅମାବାସ୍ୟା” କୁହାଯାଏ । ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ