ଛତ୍ରପୁର ବ୍ଲକ ଦେଶରେ ଶ୍ରେଷ୍ଠ ବ୍ଲକ ଭାବେ ପୁରସ୍କୃତ

ଛତ୍ରପୁର : କେନ୍ଦ୍ର ପଞ୍ଚାୟତ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତ ରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ନାନାଜି ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ଭାବେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଦେଶରେ ଶ୍ରେଷ୍ଠ ବ୍ଲକ ଭାବେ ପୁରସ୍କୃତ ହୋଇଛନ୍ତି । ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାଶ ଏହି ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଗ୍ରହଣ କରିଥିଲେ । ସେହିପରି ୭ଟି ବର୍ଗରେ ଓଡିଶାକୁ ଜାତୀୟ ପୁରସ୍କାର ମିଳିଥିବାବେଳେ ସେଥିମଧ୍ୟରୁ ଗଞ୍ଜାମର ତିନୋଟି ରହିଛି । ଦେଶର ଶ୍ରେଷ୍ଠ ବ୍ଲକ ଛତ୍ରପୁର ବିବେଚିତ ହେବାସହ ୨କୋଟି ଟଙ୍କା ଅର୍ଥ ରାଶି ପାଇବେ । ସେହିପରି ରଙ୍ଗେଇଲୁଣ୍ଡା ବ୍ଲକର କେଳୁଆପଲ୍ଲୀ ପଞ୍ଚାୟତ ସୁସ୍ଥ ପଞ୍ଚାୟତ ଭାବେ ଦୀନଦୟାଲ ଉପାଧ୍ୟୟ ପଞ୍ଚାୟତ ସତତ ବିକାଶ ଭାବେ ଦ୍ୱିତୀୟ ସ୍ଥାନ ରହି ପୁରସ୍କୃତ ହୋଇଛନ୍ତି ତାଙ୍କୁ ୭୫ ଲକ୍ଷ ମିଳିବ ,ସେହିପରି ଆତ୍ମ ନିର୍ଭରଶୀଳ ଭିତ୍ତିଭୂମି ନିର୍ମାଣ ପାଇଁ ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ବ୍ଲକର ସାହାପୁର ପଚାଂୟତ ସାରା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି, ତାଙ୍କୁ ମଧ୍ୟ ୭୫ ଲକ୍ଷ ମିଳିବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମାନଙ୍କୁ ପୁରସ୍କୃତ କରିଛନ୍ତି ।
ପୁରସ୍କାର ଗ୍ରହଣବେଳେ ସ୍ଥାନୀୟ ସରପଞ୍ଚ ମଧ୍ୟ ଉପସ୍ଥିତ ରହିଥିଲେ । ଗଞ୍ଜାମ ଜିଲାର ସମସ୍ତ ପଚାଂୟତ ଓ ବ୍ଲକ ଆଗାମୀ ଦିନରେ ଆହୁରି ଉନ୍ନତରୁ ଉନ୍ନତ କାମ କରିବ ,ଏହି ଶ୍ରେୟ ଗଞ୍ଜାମ ବାସୀ ଓ ସମସ୍ତ ଜନପ୍ରତିନିଧି, କର୍ମଚାରୀ ସେମାନଙ୍କ ଶ୍ରେୟ ପାଇଁ ଜିଲା ଆଜି ୩ଟି ପୁରସ୍କୃତ ହୋଇପାରିଛି ବୋଲି ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଥିଲେ । ଅନ୍ୟପକ୍ଷରେ ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାଶ ମଧ୍ୟ ଏହି ଶ୍ରେୟ ବ୍ଲକର ସମସ୍ତ ପଚାଂୟତର ଜନପ୍ରତିନିଧି ଓ କର୍ମଚାରୀଙ୍କ ପ୍ରୟାସ ପାଇଁ ଆଜି ବ୍ଲକ ଦେଶରେ ଶ୍ରେଷ୍ଠ ବ୍ଲକ ହୋଇପାରିଛି ବୋଲି କହିଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ