ଛାତ୍ରଛାତ୍ରୀଙ୍କ ସାମାଜିକ ସେବା, ଲୋକହିତରେ ନୂଆ ପ୍ରୟାସ”

ରାଇକିଆ,୧୭/୦୫/୨୦୨୬:କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ଅନ୍ତର୍ଗତ ମାଣିକେଶ୍ୱର ପଞ୍ଚାୟତରେ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ୟୁନିଟ-୧ ପକ୍ଷରୁ ସୁଭଦ୍ରା ଓ ଆୟୁଷ୍ମାନ ଭାରତ ଯୋଜନା ସମ୍ପର୍କିତ ପ୍ରଶିକ୍ଷଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂତନ ଶିକ୍ଷା ନୀତି ଅନୁଯାୟୀ ଛାତ୍ରଛାତ୍ରୀଙ୍କ ପାଇଁ ଚାଲୁଥିବା ୩୫ ଦିନିଆ କମ୍ୟୁନିଟି ଏନଗେଜମେଣ୍ଟ କାର୍ଯ୍ୟକ୍ରମର ଅଂଶ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ସଂଯୋଜକ ସାରଙ୍ଗଧର ମାମ୍ବାଲାଙ୍କ ନେତୃତ୍ୱରେ ସ୍ୱେଚ୍ଛାସେବୀମାନେ ଗ୍ରାମବାସୀଙ୍କୁ ସୁଭଦ୍ରା ଯୋଜନାରେ ମହିଳାମାନେ ପାଉଥିବା ସହାୟତା ଏବଂ ଆୟୁଷ୍ମାନ ଯୋଜନା ମାଧ୍ୟମରେ ମିଳୁଥିବା ସ୍ୱାସ୍ଥ୍ୟ ସୁବିଧା ସମ୍ପର୍କରେ ସୂଚନା ଦେଇଥିଲେ । ବିଶେଷକରି ଗ୍ରାମାଞ୍ଚଳର ଲୋକମାନେ କିପରି ସରକାରୀ ଯୋଜନାର ସୁବିଧା ସହଜରେ ପାଇପାରିବେ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା ।
ଏହି ଅବସରରେ ମାଣିକେଶ୍ୱର ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଝୁଲି ପ୍ରଧାନ,ନାୟବ ସରପଞ୍ଚ ସୁଧାକର ପ୍ରଧାନ,କାର୍ଯ୍ୟନିର୍ବାହୀ ଅଧିକାରୀ ଶିବାଜୀ ରାଜ ପ୍ରଧାନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ସାମାଜିକ ସେବାମୂଳକ କାର୍ଯ୍ୟକୁ ପ୍ରଶଂସା କରିବା ସହ ଏହି ପରି ସଚେତନତା କାର୍ଯ୍ୟକ୍ରମ ଗ୍ରାମାଞ୍ଚଳରେ ସରକାରୀ ଯୋଜନାର ସଠିକ ପହଞ୍ଚ ସୃଷ୍ଟି କରିବାରେ ସହାୟକ ହେବ ବୋଲି ମତ ରଖିଥିଲେ ।ଏହି କାର୍ଯ୍ୟକ୍ରମ ରେ ସମସ୍ତ ଜାତୀୟ ସେବା ଶିବିର ସ୍ୱେଚ୍ଛାସେବୀ, ସ୍ଥାନୀୟ ବୁଦ୍ଧିଜୀବୀ ଓ ଗ୍ରାମବାସୀ ଯୋଗଦେଇ ସହଯୋଗ କରିଥିଲେ.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ