ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ ଏହି ସୂଚନା ଦେଇଛନ୍ତି ।

ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ କହିଛନ୍ତି, “ଛାତ୍ର ସଂସଦ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ସ୍ବିକୃତୀ ପ୍ରଦାନ କରିଛନ୍ତି । ଶାନ୍ତିଶୃଙ୍ଖଳାରେ ନିର୍ବାଚନ କରାଯିବ । ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ଅନୁସାରେ, କଲେଜରେ ନିର୍ବାଚନ ଅନୁଷ୍ଠିତ ହେବ । ପୂର୍ବରୁ ବହୁଦିନ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ କରାଯାଉଥିଲା । ଏଥିପାଇଁ ବିଶୃଙ୍ଖଳା ପରିସ୍ଥିତି ଉପୁଜୁଥିଲା । ଆମେ ୧୦ ଦିନ ଭିତରେ ନିର୍ବାଚନ ସାରିବା ପାଇଁ ନିଷ୍ପତ୍ତି ନେଇଛୁ । ଆମେ ଭାବୁଛୁ କ୍ୟାମ୍ପସ ହିଂସା କମ୍‌ ହେବ ।”
ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଅକ୍ଟୋବର ୭ରେ ଏହି ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ୯ ତାରିଖରେ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ନାମାଙ୍କନ ଦାଖଲ କରାଯିବ । ସେହି ଦିନ ଅପରାହ୍ନ ୨ଟାରୁ ୪ଟା ପର୍ୟ୍ୟନ୍ତ ନାମାଙ୍କନ ଯାଞ୍ଚ କରାଯିବ ଏବଂ ସନ୍ଧ୍ୟା ୫ଟାରେ ବୈଧ ନାମ ପ୍ରକାଶିତ ହେବ । ୧୦ ତାରିଖରେ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିବା ପାଇଁ ସମୟ ରହିବ । ସେହି ଦିନ ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ପ୍ରାର୍ଥୀମାନେ ୧୪ ଅକ୍ଟୋବରରେ “ମୁଁ କାହିଁକି ଠିଆ ହୋଇଛି ” ବୈଠକ ହେବ । ୧୫ ଅକ୍ଟୋବରରେ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ ଚାଲିବ, ତା’ପରେ ଗଣନା ଆରମ୍ଭ ହେବ । ୧୬ ଅକ୍ଟୋବରରେ ସକାଳ ୧୧ଟାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ