ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ଶେଷ ହୋଇଛି। ଯାହା ଗତ ୮ ବର୍ଷ ଧରି ହୋଇପାରୁନଥିଲା । ଛାତ୍ର ସଂସଦ ନିର୍ବାଚନକୁ ବନ୍ଦ କରିବାରେ ଆପଣ ଓ ଆପଣଙ୍କ ପ୍ରରୋଚକମାନଙ୍କ ଭୂମିକାକୁ ଆଜି ବି ଓଡ଼ିଶାର ଛାତ୍ର ଓ ଯୁବସମାଜ ଏକ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି lବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ଦଳକୁ ବଞ୍ଚାଇବାକୁ ତଥା ଦଳ ଭିତରେ ନୂଆ ମୁଖିଆଙ୍କ ଗ୍ରହଣୀୟତାକୁ ସୁରକ୍ଷା ଦେବାକୁ ଯାଇ ଏପରି ଅସତ୍ୟ କହିଛନ୍ତି । ଆପଣଙ୍କ ପାଖରେ ଥିବା ଲୋକମାନେ ଆପଣଙ୍କ ଭଳି ଜଣେ ଅନୁଭବୀ ନେତୃତ୍ୱଙ୍କ ମୁହଁରୁ ଛାତ୍ର-ନିର୍ବାଚନ ସମ୍ପର୍କରେ ଅମୂଳକ ଉଚ୍ଚାରଣ କରାଇବା ଆପଣଙ୍କ ଛବିକୁ ଆହୁରି ମଳିନ କରୁଛି ।

ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନ ଯେଉଁ ସକରାତ୍ମକ ବାର୍ତ୍ତା ଦେଉଛି, ତାହା ଓଡ଼ିଶାର ଛାତ୍ର ଓ ଯୁବ ସମାଜ ଭଲ ଭାବେ ଜାଣିପାରିଛନ୍ତି । କେଉଁ ଦଳ କେଉଁ ସଂଗଠନର ସମର୍ଥନରେ କେତେ ଛାତ୍ର ନେତା ନିର୍ବାଚିତ ହୋଇଛନ୍ତି, ତାହା ରାଜ୍ୟବାସୀ ଜାଣିଛନ୍ତି ।

ବାରମ୍ବାର ମିଛ କହି ତାହାକୁ ସତ୍ୟରେ ପରିଣତ କରିବା ପାଇଁ ଚେଷ୍ଟା କରିବା ଆପଣଙ୍କ ଭଳି ବ୍ୟକ୍ତିଙ୍କ ପକ୍ଷେ କଦାପି ଶୋଭାପାଉନାହିଁ । ଏହି ସମୟରେ ଆପଣ ଛାତ୍ରସମାଜକୁ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ପାଇଁ ପ୍ରେରଣାଦାୟୀ ବାର୍ତ୍ତା ଦେଇଥିଲେ ତାହା ଅଧିକ ଭଲ ହୋଇଥା’ନ୍ତା।ଓଡିଶାର ଛାତ୍ର ଓ ଯୁବ ସମାଜକୁ ଭ୍ରମ ଓ ଭ୍ରାନ୍ତିଠାରୁ ଦୂରରେ ରଖି ରାଷ୍ଟ୍ର ନିର୍ମାଣରେ ସେମାନଙ୍କୁ ପ୍ରେରିତ କରିବା ଆମର ଧ୍ୟେୟ ହେଉ ବୋଲି ସୂର୍ଯ୍ୟବଂଶୀ କହିଛନ୍ତି l

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ABVPର ବିଜୟ ପରେ ଶାହାଙ୍କ ଅଭିନନ୍ଦନ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ର କର୍ମୀମାନଙ୍କୁ ସେମାନଙ୍କର ବଡ଼ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଶନିବାର (ଅକ୍ଟୋବର ୧୭) ସେ କହିଛନ୍ତି ଯେ, ସଂଗଠନର ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି