ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଲାଗିଛି ଏହି ସବୁ ଦଫା

ଭୁବନେଶ୍ୱର: ଜାମିନ୍ ନାମଞ୍ଜୁର, ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ । ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଆତ୍ମସମର୍ପଣ ପରେ ଗୁରୁବାର ରାତିରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା କମିସନରେଟ ପୋଲିସ । ଭୁବନେଶ୍ବର କୋର୍ଟରେ ହାଜର ହେଲା ପରେ ଜାମିନ ନାମଞ୍ଜୁର ହେବାରୁ ଜଗନ୍ନାଥ ପ୍ରଧାନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି । ଜଗନ୍ନାଥ ପ୍ରଧାନ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି । ପ୍ରାଥମିକ ତଦନ୍ତ ଆଧାରରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଘଟଣାରେ ମୋଟ ଗିରଫ ସଂଖ୍ୟା ୬ରେ ପହଞ୍ଚିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଛି ପୋଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଛି । ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ୟ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିଶନରେଟ ପୋଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା ।
ଏହା ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍‌ପିଟାଲ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଛନ୍ତି ଜଗନ୍ନାଥ ପ୍ରଧାନ ।

  • Related Posts

    ଆସନ୍ତାକାଲି ବନ୍ଦ : ଜାଣନ୍ତୁ କ’ଣ ବନ୍ଦ ରହିବ ? କ’ଣ ଖୋଲା ରହିବ ?

    ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଘରୋଇ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପ ବନ୍ଦ ରହିବ । ସରକାରୀ ଓ ବେସରକାରୀ ଅଫିସ୍‌, ଶିକ୍ଷାନୁଷ୍ଠାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନର ସାଧାରଣ କାର୍ଯ୍ୟକଳାପ ବନ୍ଦ ପାଇଁ ଗଣତାନ୍ତ୍ରିକ ଭାବେ ପିକେଟିଂ…

    Continue reading
    ଅନୁଗୋଳ ଠାରେ ‘ସେବା ଜ୍ୟୋତି ଯାତ୍ରା’ରେ ସାମିଲ ହେଲେ ସାଂସଦ

    ପ୍ରଧାନମନ୍ତ୍ରୀଙ୍କ “ଡର ଡସକ୍ଷକ୍ଷ ଊକ୍ଟ ଓଗ୍ଧ” ଆତ୍ମବିଶ୍ୱାସ ମନ୍ତ୍ରକୁ ପାଥେୟ କରି ଆଗକୁ ବଢ଼ିବା- ଧର୍ମେନ୍ଦ୍ର ପ୍ରଧାନ • ଆଭାସୀ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନକୁ ଶୁଣିଲେ, ‘ସେବା ଜ୍ୟୋତି ପ୍ରଜ୍ଜ୍ୱଳନ’ କରିବା ସହ ‘ସେବା ଜ୍ୟୋତି ସ୍ଥାପନା’ ପଦଯାତ୍ରାରେ ହେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ