ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ମିଳିଛି ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ କୋର୍ଟ ତାଙ୍କୁ ଜାମିନ ମିଳିଛି । ବିଏମସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମରାଯିବା ଘଟଣା ଜଗନ୍ନାଥ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିଲା । ଆତ୍ମସମର୍ପଣ ପରେ ପୁଲିସ ତାଙ୍କୁ ଗିରଫ କରିଥିଲା ।ତେବେ ବୁଧବାର ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଶ୍ରୀ ପ୍ରଧାନଙ୍କୁ ଜାମିନ ପ୍ରଦାନ କରାଯାଇଛି । ଉଲ୍ଲେଖ ଥାଉ କି ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ ।ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା । ଏହି ଘଟଣା ପରେ ଜଗନ୍ନାଥ ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ । ତାଙ୍କୁ ପୁଲିସ ଗିରଫ କରିଥିଲା ଜ୍ଝ ତାଙ୍କ ନାମରେ ସଙ୍ଗିନ ଦଫା ଲଗାଇ କମିସନରେଟ୍‌ ପୁଲିସ କୋର୍ଟ ଚାଲାଣ କରିଥିଲା । ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଜାମିନ ଖାରଜ କରିବା ପରେ ଶ୍ରୀ ପ୍ରଧାନଙ୍କୁ ଝାରପଡ଼ା ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିଲା । ଏହାପରେ ଜାମିନ ଆବେଦନ କରିଥିଲେ ଜଗନ୍ନାଥ ଜ୍ଝ ଆଉ ଆଜି କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ଜ୍ଝ

ସମାନ ମାମଲାରେ ପୁଲିସ ପୂର୍ବରୁ ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ଗିରଫ କରିଥିଲା । ଆସନ୍ତା ୧୫ ତାରିଖରେ ଜିଲ୍ଲା ଦୌରାଜଜ୍‌ ଅଦାଲତରେ ସେମାନଙ୍କ ଜାମିନ୍‌ ଶୁଣାଣି ହେବ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ