ଜଙ୍ଗଲ ଭିତରେ ଯୁବକଙ୍କୁ ଗୁଳି କରି ହତ୍ୟା!

କନ୍ଧମାଳ: ଜଙ୍ଗଲ ଭିତରେ ଫୁଟିଲା ଗୁଳି। କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଞ୍ଚଳରେ ରକ୍ତାକ୍ତ କାଣ୍ଡ। ଜଣେ ଯୁବକଙ୍କୁ ଗୁଳି କରି ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର କାମଦେବ ମାଝୀ।

ଖବର ପାଇ ବେଲଘର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ତେବେ କାମଦେବଙ୍କୁ କିଏ ଏବଂ କେଉଁ କାରଣ ପାଇଁ ହତ୍ୟା କଲା, ସେନେଇ ରହସ୍ୟ ଘନେଇବାରେ ଲାଗିଛି। ପୂର୍ବ ଶତ୍ରୁତା ନା ଅନ୍ୟ କିଛି କାରଣ, ସେ ନେଇ ପୋଲିସ ଏବେ ଖୋଳତାଡ଼ ଜାରି ରଖିଛି।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିବା ସହ ଆଖପାଖ ଲୋକଙ୍କୁ ପଚରାଉଚରା କରୁଛି। ଜଙ୍ଗଲ ଭିତରେ ଏଭଳି ଗୁଳିକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

  • Related Posts

    ମାଟ୍ରିକ୍ ପରୀକ୍ଷାରେ ରାଜ୍ୟର ମୋଟ୍ ପାସ୍ ହାର ୯୫.୩୩ %

    ଭୁବନେଶ୍ବର, ୨ ମଇ ୨୦୨୬:ରାଜ୍ୟରେ ଚଳିତ ବର୍ଷ ୫ ଲକ୍ଷ ୩୬ ହଜାର ୩୦୬ ଜଣ ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୧୯ ହଜାର ୨୫୧ ଜଣ ପାସ୍ ହୋଇଛନ୍ତି । ଚଳିତଥର ପାସ୍‌ହାର ୯୫.୩୩…

    Continue reading
    ୩୦ରେ ହେବ ମହାନଦୀ ଜଳ ବିବାଦ ଶୁଣାଣି

    ଭୁବନେଶ୍ଵର: ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି ହୋଇଛି। ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ହେଉଛି । ସେନେଇ ଟ୍ରିବ୍ୟୁନାଲରେ ଅବଗତ କରାଗଲା । ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଉଭୟ ଓଡ଼ିଶା ଓ ଛତିଶଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା