ଜନଗଣନା କାର୍ୟ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ

ବାସୁଦେବପୁର: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସକାଳେ ସେ ହଠାତ ଅସୁସ୍ଥ ଅନୁଭବ କରିବା ପରେ ପରିବାରଲୋକେ ତାଙ୍କୁ ଚିକିତ୍ସା ପାଇଁ ବାସୁଦେବପୁର ଡ଼ାକ୍ତରଖାନାକୁ ଆଣିଥିଲେ। ସେଠାରେ କାର୍ୟ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନା ମୁତାବକ, ସେ ଚାନ୍ଦବାଲି ବ୍ଲକ ଗାରଦ ପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଭାବେ କାର୍ୟ୍ୟରତ ଥିଲେ। ଜନଗଣନା କାର୍ୟ୍ୟ ସାରି ସେ ଘରକୁ ଫେରି ଥିବାବେଳେ ହଠାତ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ବାସୁଦେବପୁର ଡାକ୍ତରଖାନା ରେ ରହିଛି। ତେବେ ଏହି ଶିକ୍ଷକଙ୍କ ମୃତ୍ୟୁରେ ବାସୁଦେବପୁର ଓ ଚାନ୍ଦବାଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

  • Related Posts

    ଅମୃତ ୨.୦: ଦେଶର ଶୀର୍ଷ ରାଜ୍ୟ ମଧ୍ୟରେ ଓଡ଼ିଶା

    ଭୁବନେଶ୍ୱର: ଅଟଳ ନବୀକରଣ ଏବଂ ସହର ରୂପାନ୍ତରଣ ମିସନ (ଅମୃତ) ୨.୦ ଅଧୀନରେ ଦେଶର ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ସ୍ଥାନ ପାଇଛି। ରାଜ୍ୟ ସରକାରଙ୍କ ଦୃଢ଼ ନେତୃତ୍ୱ ଏବଂ ସୁଶାସନ ମାଧ୍ୟମରେ ସହରାଞ୍ଚଳ ଜଳ ନିରାପତ୍ତା ଏବଂ ଭିତ୍ତିଭୂମି…

    Continue reading
    ମାଟ୍ରିକ୍ ପରୀକ୍ଷାରେ ରାଜ୍ୟର ମୋଟ୍ ପାସ୍ ହାର ୯୫.୩୩ %

    ଭୁବନେଶ୍ବର, ୨ ମଇ ୨୦୨୬:ରାଜ୍ୟରେ ଚଳିତ ବର୍ଷ ୫ ଲକ୍ଷ ୩୬ ହଜାର ୩୦୬ ଜଣ ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୧୯ ହଜାର ୨୫୧ ଜଣ ପାସ୍ ହୋଇଛନ୍ତି । ଚଳିତଥର ପାସ୍‌ହାର ୯୫.୩୩…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା