ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର,୨୩/୦୮:ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିବା ଅବସରରେ ରାଜ୍ୟପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି I ଉକ୍ତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସମେତ ଉପରୋକ୍ତ ବିଭାଗମାନଙ୍କର ବରିଷ୍ଠ ଅଧିକାରୀ, ରାଜ୍ୟର ବିଭିନ୍ନ ଜିଲ୍ଲାର ଡିଏଫଓ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରଳକ୍ପ ପ୍ରଶାସକ, ଜିଲ୍ଲା କଲ୍ୟାଣ ଅଧିକାରୀ ତଥା ବିଭିନ୍ନ ପ୍ରକଳ୍ପର ଅଧିକାରୀମାନେ ଯୋଗ ଦେଇଥିଲେ I

ଏହି ସମୀକ୍ଷା ବୈଠକରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଜନଜାତିମାନଙ୍କର କଲ୍ୟାଣ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଅନେକ ଯୋଜନା କାର୍ଯ୍ୟକାରୀ ହେଉଛି I ଉପରୋକ୍ତ ଯୋଜନା ସମ୍ପର୍କରେ ସେମାନଙ୍କୁ ସଚେତନ କରାଇ ପାରିଲେ ଯୋଜନାର ସୁଫଳ ମିଳିବ ଏବଂ ସେମାନେ ଉପକୃତ ହୋଇ ପାରିବେ I ଏଣୁ ସମ୍ପୃକ୍ତ ବିଭାଗ ତରଫରୁ ବିଭିନ୍ନ ଯୋଜନା ସମ୍ପର୍କରେ ପୁସ୍ତିକା ପ୍ରସ୍ତୁତ କରି ଜନସାଧାରଣଙ୍କୁ ବଣ୍ଟନ କରିବା ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବଙ୍କୁ ରାଜ୍ୟପାଳ କହିଥିଲେ I ଏତତ ବ୍ୟତୀତ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ କିପରି ଅଧିକ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇ ପାରିବେ ସେ ଦିଗରେ ସକାରାତ୍ମକ ମନୋଭାବ ନେଇ ବିଭାଗୀୟ କର୍ତ୍ତୃପକ୍ଷ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କର ଗୁରୁ ଦାୟିତ୍ୱ ରହିଛି ବୋଲି ରାଜ୍ୟପାଳ କହିଥିଲେ I

ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ଜନଜାତିବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ଗୁଣାତ୍ମକ ଶିକ୍ଷା, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ, ଛାତ୍ରବୃତ୍ତି, ଜନଜାତି ବର୍ଗଙ୍କ ଜୀବନ ଧାରଣ ମାନର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ଫରେଷ୍ଟ ରାଇଟ ଆକ୍ଟ-୨୦୦୬ର କାର୍ଯ୍ୟକାରିତା, ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସର୍ବନିମ୍ନ ସହାୟତା ମୂଲ୍ୟ, ଆର୍ଟିକିଲ ୨୭୫(୧), ପ୍ରଧାନମନ୍ତ୍ରୀ ଜନମନ ଯୋଜନା, ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଇତ୍ୟାଦି ଯୋଜନାର କାର୍ଯ୍ୟକାରିତା ଏବଂ କାର୍ଯ୍ୟାନ୍ୱୟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ରାଜ୍ୟପାଳ ସମୀକ୍ଷା କରିଥିଲେ I

ଫରେଷ୍ଟ ରାଇଟ ଆକ୍ଟ ଅଧୀନରେ ବିଭିନ୍ନ ଜିଲ୍ଲାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଚାରାଧୀନ ଆବେଦନ ଗୁଡିକୁ ଆଗାମୀ ନବେ ଦିନ ମଧ୍ୟରେ ଫଇସଲା କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ I ଏ ଦିଗରେ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ I କଲ୍ୟାଣ ବିଭାଗ ପରିଚାଳିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହିତ ବିଦ୍ୟାଳୟମାନଙ୍କର ମାନ୍ୟତା ବୃଦ୍ଧି ଦିଗରେ ପଦକ୍ଷେପର ସମୀକ୍ଷା କରିଥିଲେ I ଏତତ ବ୍ୟତୀତ ନକଲି ଜାତି ପ୍ରମାଣ ପତ୍ର ପ୍ରସଙ୍ଗରେ ଚିନ୍ତା ପ୍ରକଟ କରି ଏପରି ମାମଲାଗୁଡ଼ିକର ଯାଞ୍ଚ କରିବା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ପଚାରି ବୁଝିଥିଲେ I

ଲଘୁ ଜଙ୍ଗଲଜାତ ଦ୍ରବ୍ୟର କ୍ରୟ ଏବଂ ନିଲାମ ପ୍ରସଙ୍ଗରେ ରାଜ୍ୟପାଳ ସମୀକ୍ଷା କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ବିପଣନ ପାଇଁ ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଥିଲେ I ଜନଜାତିମାନେ ଯେପରି ଉଚିତ ମୂଲ୍ୟ ପାଇ ପାରିବେ ତାହା ସୁନିଶ୍ଚିତ କରିବା ଏବଂ ଏ କ୍ଷେତ୍ରରେ ମଧ୍ୟସ୍ଥିକୁ ଦୂର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ I ଲଘୁ ଜଙ୍ଗଲଜାତ ଦ୍ରବ୍ୟର ପ୍ରକ୍ରିୟାକରଣ ପାଇଁ ଏମଏସଏମଇ ସ୍ଥାପନ କରିବାକୁ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ I ଜନଜାତି ଅଧୁସିତ ଅଂଚଳରେ ଭିତ୍ତିଭୂମି ଓ ଯୋଗାଯୋଗ ଉପରେ ରାଜ୍ୟପାଳ ସମୀକ୍ଷା କରିଥିଲେ ଏବଂ ପ୍ରତି ଗ୍ରାମରେ ମୋବାଇଲ ନେଟୱାର୍କ ଉପଲବ୍ଧ କରାଇବା ଉପରେ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ଲୋକମାନଙ୍କ ଘର ତଥା ଅନୁଷ୍ଠାନ ମାନଙ୍କରେ ସୌର ଶକ୍ତିର ବ୍ୟବହାର ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I ଏତତ ବ୍ୟତୀତ ସିଏସଆର କାର୍ଯ୍ୟକ୍ରମ ସହଯୋଗରେ ବିଦ୍ୟାଳୟ ମାନଙ୍କରେ ସ୍ମାର୍ଟ କ୍ଲାସରୁମ ବ୍ୟବସ୍ଥା କରିବା ଉପରେ ମଧ୍ୟ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ I

ଉକ୍ତ ସମୀକ୍ଷା ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ,ପିସିସିଏଫ ଓଡିଶା ସୁରେଶ ପନ୍ତ, ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଏସ ଏନ ଗିରିଶ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ବି ପରମେଶ୍ୱରନ, ପିସିସିଏଫ (କେଏଲ) ଉମା ନନ୍ଦୁରୀ, ପିସିସିଏଫ (ଡବ୍ଲୁଏଲ) ପ୍ରେମ କୁମାର ଝା, ଷ୍ଟେଟ ନୋଡାଲ ଅଧିକାରୀ (ପିଡି, ଓଏଫଏସଡିପି) କେ ମୁରୁଗେସନ ପ୍ରମୁଖ ମଞ୍ଚାସୀନ ଥିଲେ I

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ