ଜନତା ମଇଦାନ ନିକଟରେ ଜନସମୁଦ୍ର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ରୋଡ୍ ସୋ’ । ଜନତା ମଇଦାନ୍ ଯାଏଁ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ସୋ’ ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଜନତା ମଇଦାନ ନିକଟରେ ଜନସମୁଦ୍ର ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଦେଖିବାକୁ ମିଳିଛି । ହାତରେ ବିଜେପି ପତାକା ଧରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫଟୋକୁ ଧରି ଅପେକ୍ଷା କରିରହିଥିଲେ ଜନତା । ଏବେ ରୋଡ୍ ସୋ’ ଜରିଆରେ ଲୋକଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।

ବିଶାଳ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ୧୮,୭୦୦ କୋଟିର ଭେଟି ଦେବେ ମୋଦୀ । ଇଭି ବସ୍ ଡିପୋର ଉଦ୍‌ଘାଟନ ମଧ୍ୟ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ