ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, କାହିଁକି ଜାଣନ୍ତୁ

ଭୁବନେଶ୍ୱର : ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ। ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଭିସିରେ ଯୋଡ଼ି ହେବେ ରାଜ୍ୟର ସମସ୍ତ ଜିଲ୍ଲାପାଳ। ଶକ୍ତି ସଙ୍କଟ ମୁକାବିଲା ନେଇ ହେବ ଗୁରୁତ୍ଵପୂର୍ଣ୍ଣ ଆଲୋଚନା। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି। ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଯାହାର ମୁକାବିଲା ଲାଗି କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ ସତର୍କ କରିଛନ୍ତି। ଟିମ୍ ଇଣ୍ଡିଆ ହୋଇ କାମ କରିବାକୁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ। ତାପରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ରାଜ୍ୟକୁ ନେଇ ଥିବା ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଫେରିଛନ୍ତି।

ଦିଲ୍ଲୀରୁ ଫେରିବା କ୍ଷଣି ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ଏକ ବଡ଼ ବୈଠକ ଡାକିଛନ୍ତି । ଏହି ବୈଠକରେ ବିଭିନ୍ନ ବିଭାଗର ମୁଖ୍ୟଙ୍କ ସହ ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ଜିଲ୍ଲା ଗୁଡ଼ିକର କ’ଣ ସବୁ ସ୍ଥିତି ରହିଛି ସେ ବାବଦରେ ଅବଗତ କରିବେ। ଏହା ସହ ରାଜ୍ୟରେ ମହଜୁଦ୍ ଥିବା ବିଭିନ୍ନ ସାମଗ୍ରୀ କେଉଁଭଳି ଲୋକଙ୍କ ନିକଟକୁ ସୁରୁଖୁରୁରେ ପହଞ୍ଚିବ, କଳାବଜାରୀ ସମସ୍ୟା ଉପୁଜିବ ନାହିଁ ସେଦିଗରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଶେଷ କରି ତୈଳ ସାମଗ୍ରୀକୁ ନେଇ ଉପୁଜିଥିବା ସମସ୍ୟାକୁ କେମିତି ମୁକାବିଲା କରି ହେବ ସେଥିପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହେବ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ