ବାଂଶପାଳ : ୩ ସାଙ୍ଗଙ୍କ ସହ ଜଳପ୍ରପାତ ବୁଲିବାକୁ ଯାଇଥିଲେ । ସାଙ୍ଗ ହୋଇ ୩ ଜଣ ଖୁସିରେ ଗାଧାଉଥିଲେ । ହଠାତ ଜଳପ୍ରପାତ ପାଣିରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଓ ଅନୁଗୋଳ ଜିଲ୍ଲା ସୀମାନ୍ତ ନଗୀରା ଗର୍ଜନ ଖୋଲ ଜଳପ୍ରପାତରେ । ସୂଚନାଯୋଗ୍ୟ ଯେ, ଶୁକ୍ରବାର ଅପରାହ୍ନରେ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ବାଲରାଇ ଗାଁରୁ ୨ ଜଣ ଓ ଗୋପପୁର ଗାଁର ଜଣେ ଯୁବକ ଏକାଠି ନଗୀରା ଗର୍ଜନଖୋଲ ଜଳପ୍ରପାତ ବୁଲିବାକୁ ଯାଇ ସେଠାରେ ଗାଧୋଇଥିଲେ । ଏହି ସମୟରେ ବାଲରାଇ ଗାଁର ଲିପୁନ୍ କୁମାର ବେହେରା ସେଠାରେ ବୁଡ଼ି ନିଖୋଜ ହୋଇଯାଇଥିଲେ । ପରେ ଏ ବିଷୟରେ ଖବର ପାଇ ବାଂଶପାଳ ଦମକଳ ବାହିନୀ ସେଠାରେ ଶୁକ୍ରବାର ଠାରୁ ଖୋଜାଖୋଜି ଜାରି ରଖିଥିବା ବେଳେ, ରାତି ହୋଇଯିବାରୁ ଉଦ୍ଧାର କାର୍ୟ୍ୟ ବନ୍ଦ ରଖାଯାଇଥିଲା । ଶନିବାର ସକାଳୁ ପୁନର୍ବାର ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ଦମକଳ ବାହିନୀ ପକ୍ଷରୁ ସୂଚନା ମିଳିଛି । ଏହି ଜଳପ୍ରପାତ ବହୁ ଗଭୀର ଥିବାରୁ ଖୋଜିବା କାର୍ୟ୍ୟ ବାଧାପ୍ରାପ୍ତ ହେଉଥିବା ସୂଚନା ମିଳିଛି ।
ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ
ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…