
ଦେବଗଡ:ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀରେ ଆଜି ଜ଼ିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଢାବା ଗୁଡିକରେ ମଦ ଯାଞ୍ଚ,ଏନଏଚ ୪୯ ରାସ୍ତା ପାର୍ଶ୍ବରେ ଜବରଦଖଲ ଉଚ୍ଛେଦ, ଗାଡ଼ି ଚଳାଇବା ବେଳେ ହେଲମେଟ,ସିଟବେଲ୍ଟ ପିନ୍ଧିବା,ସରକାରଙ୍କ ନିୟମ ଅନୁଯାୟୀ ନିର୍ଦ୍ଧାରିତ ଗତିରେ ଗାଡ଼ି ଚଳାଇବା,ଟ୍ରାଫିକ ନିୟନ୍ତ୍ରଣ ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।ଭାରପ୍ରାପ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀବତ୍ସ ଦଳେଇ ବୈଠକର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ।ବୈଠକରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଉପଜିଲ୍ଲାପାଳ ରଶ୍ମିରଞ୍ଜନ ମହନ୍ତଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।





