ଜାନୁଆରୀ ୫ରୁ ଆଦିବାସୀ ମେଳା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୫ତାରିଖରୁ ୧୨ଦିନ ଧରି ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ପ୍ରଥମଥର ପାଇଁ ଭୁବନେଶ୍ୱରରେ ‘ପ୍ରବାସୀ ଭାରତୀୟ ସମ୍ମିଳନୀ’ ଜାନୁଆରୀ ୮ରୁ ୧୦ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେଉଥିବାରୁ ଏହି ସମୟରେ ରାଜ୍ୟ ସରକାର ଆଦିବାସୀ ମେଳା ଆୟୋଜନ କରି ଓଡ଼ିଶାର ଆଦିବାସୀମାନଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।

ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ଜାନୁଆରୀ ୫ତାରିଖରୁ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ଏହି ମେଳା ୧୨ଦିନ ଧରି ଚାଲିବ। ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଆଦିବାସୀଙ୍କ ଗାଁ, ଆଦିବାସୀଙ୍କ ଘର, ଆଦିବାସୀଙ୍କ ହାଟ ଆଦିର କୃତ୍ରିମ ସାଜସଜ୍ଜା ଓ ନିର୍ମାଣ ସହ ପ୍ରତ୍ୟେକ ସନ୍ଧ୍ୟାରେ ଆଦିବାସୀଙ୍କ ପାରମ୍ପରିକ ନୃତ୍ୟ, ଗୀତ, ବାଦ୍ୟଯନ୍ତ୍ର ସହ ଅନ୍ୟାନ୍ୟ ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜନ ହେବ।

  • Related Posts

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅନୁଗୋଳ: ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ । ଦ୍ବିତୀୟ ଥର ପାଇଁ ଖୋଲିଲା ଗେଟ୍ । ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବ୍ରାହ୍ମଣୀ ତଳେ ବସବାସ କରୁଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ…

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ। ଗାଁରେ ଥିବା ପୁରୁଣା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ରବିବାର ଜଣେ ୭ ବର୍ଷୀୟ ନାବାଳକର ମୃତଦେହ ଉଦ୍ଧାର କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ