ଜାରି ରହିଛି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର: ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି । ସରକାରଙ୍କ ସହ ମହାସଂଘର ମାରାଥନ୍ ବୈଠକ ବିଫଳ ହେଲା ପରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଆନ୍ଦୋଳନ ଜାରି ରହିବ ବୋଲି ମହାସଂଘ ରୋକ୍‌ଠୋକ୍ ଶୁଣାଇ ଦେଇଥିଲା । ଆନ୍ଦୋଳନର ଦ୍ୱିତୀୟ ଦିନରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡ୍ରାଇଭର ମହାସଂଘକୁ ଡକାଯାଇ ନଥିଲା । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଯାତ୍ରୀ ଓ ସାମଗ୍ରୀ ପରିବହନ ସଂପୂର୍ଣ୍ଣ ଭାବେ ଠପ୍‌ ହୋଇ ପଡ଼ିଛି । ତୈଳ ପରିବହନ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି । ଆଜି ବହୁ ତେଲ ଟାଙ୍କିରୁ ପେଟ୍ରୋଲ୍‌, ଡିଜେଲ୍‌ ସରି ଯାଇଥିବା ଜଣାପଡ଼ିଛି । ଆଜି ପେଟ୍ରୋଲ୍‌, ଡିଜେଲ୍‌ ପରିବହନ ନ ହୋଇ ପାରିଲେ ରାଜ୍ୟରେ ତେଲ ସଙ୍କଟ ଦେଖା ଦେବ । ଫଳରେ ସଙ୍ଗିନ ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।

ସେପଟେ ପାରାଦୀପ, ବାଲେଶ୍ବର, ଜଟଣୀ, ଝାରସୁଗୁଡ଼ା ଆଦି ପେଟ୍ରୋଲ ଡିପୋରେ ତୈଳ ପରିବହନ କରୁଥିବା ଡ୍ରାଇଭରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଫଳରେ ଦୁଇ ଦିନ ହେଲା ତେଲ ପରିବହନ ବନ୍ଦ ରହିଛି । ଆଜି ବି ତୈଳ ପରିବହନ ନ ‌ହେଲେ ଅଧିକାଂଶ ତେଲ ଟାଙ୍କିରୁ ତେଲ ସରିଯିବ। ସନ୍ଧ୍ୟା ସୁଦ୍ଧା ରାଜ୍ୟର କୌଣସି ଟାଙ୍କିରେ ପେଟ୍ରୋଲ୍‌, ଡିଜେଲ୍‌ ମିଳିବ ନାହିଁ । ତେଣୁ ଆଜି ତେଲ ପରିବହନ ହେବା ଜରୁରୀ।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର