କେନ୍ଦୁଝର,14/09: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ ‘ଜିରୋ ଆକ୍ସିଡେଣ୍ଟ୍ ଡେ’ ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଓଡ଼ିଶାକୁ ଏକ ଦୁର୍ଘଟଣାଶୂନ୍ୟ ରାଜ୍ୟ ଭାବେ ଗଢ଼ିବା ପାଇଁ ସେ ଆହ୍ୱାନ ଦେଇଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିରୋ ଆକ୍ସିଡେଣ୍ଟ୍ ସେଲ୍ଫି ପଏଣ୍ଟ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବା ସହ ଜିଲ୍ଲାର ସମସ୍ତ ୧୩ଟି ବ୍ଲକ୍ରେ ସଡ଼କ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥର ଶୁଭାରମ୍ଭ କରିଥିଲେ। ଏଥିସହ ଦସ୍ତଖତ ଅଭିଯାନକୁ ଆରମ୍ଭ କରିଥିଲେ। ଆଇଆଇଟି ମାଡ୍ରାସ ସହାୟତାରେ କେନ୍ଦୁଝରରେ ଶୂନ ଦୁର୍ଘଟଣା ନିମନ୍ତେ ୧୪ଦିନିଆ କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଦୁର୍ଘଟଣାକୁ କିପରି ପ୍ରତିହତ କରିହେବ, ସେଥିପାଇଁ ଆଇଆଇଟି ମାଡ୍ରାସ ପକ୍ଷରୁ ମାର୍ଗଦର୍ଶନ କରାଯିବ। ଏହି ଅବସରରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ, ରାଜ୍ୟସଭା ସାଂସଦ ସୁଜିତ କୁମାର, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ପାଟଣା ବିଧାୟକ ଅଖିଳ ନାୟକ, ତେଲକୋଇ ବିଧାୟକ ଡା. ଫକୀର ମୋହନ ନାୟକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ, ପରିବହନ କମିସନର ଅମିତାଭ ଠାକୁର, ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ ଜିଲ୍ଲାପାଳ ବିଶାଳ ସିଂହ ଉପସ୍ଥିତ ଥିଲେ।
ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ
ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…




