ଜିଲ୍ଲାକୁ ଗଲା ୪୨୩ କୋଟି ଟଙ୍କାର ବାତ୍ୟା ସହାୟତା ରାଶି

ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ୟ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି ପଠାଇଛନ୍ତି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ତରଫରୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ।
ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ ହୋଇଛନ୍ତି। ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ବି ପ୍ରଭାବିତ ହୋଇଛି। ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି।୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।ମୋଟ ୧୬, ୪୧୭ ଘର ପ୍ରଭାବିତ ଓ ୨୭ ଘର ସଂପୂର୍ଣ୍ଣ କ୍ଷତିଗ୍ରସ୍ତ।୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ