ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର

ଯୋଡା,୧୧/୫ (ରମେଶ ମହାପାତ୍ର) କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ ସଭାଗୃହ ପରିସରରେ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣୀ ଶିବିରରେ କେନ୍ଦୁଝର ଜିଲ୍ଲାପାଳ ବିଶାଳ ସିଂହ ଯୋଗ ଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର କୁମାର ପ୍ରଧାନ,ପିଡି କୁମାର ନାଗଭୂଷଣ,ଚମ୍ପୁଆ ଉପଜିଲ୍ଲାପାଳ ଉମାକାନ୍ତ ପରିଡା,ସିଡିଏମଓ ଧନେଶ୍ୱର ସେଠୀ,କେନ୍ଦୁଝର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଭା ଧନ,ବଡବିଲ ତହସିଲଦାର ରାକେଶ ପଣ୍ଡା,ଯୋଡା ବିଡିଓ ଡେନିସ ବେହେରା,ଯୋଡା ବ୍ଲକ ଅଧ୍ୟକ୍ଷ କବୀନ୍ଦ୍ର ନାଏକ ଉପସ୍ଥିତ ରହିଥିଲେ । ଯୋଡ଼ା ବ୍ଲକର ବିଭିନ୍ନ ଗ୍ରାମ ଓ ସହରାଞ୍ଚଳରେ ଥିବା ମୌଳିକ ସମସ୍ୟାକୁ ନେଇ ଭିନ୍ନ ଭିନ୍ନ ଗ୍ରାମରୁ ଆସିଥିବା ଅଭିଯୋଗର ଶୁଣାଣୀ ହୋଇଛି। ଗୁଆଲୀ ଗ୍ରାମ ପଞ୍ଚାୟତ ନୂଆଗାଁ (ୱାର୍ଡନଂ ୩)ରେ ଭାଙ୍ଗିଯାଇଥିବା ଚେକ ଡ୍ୟାମ ଜର୍ଜରିତ ଅବସ୍ଥାରେ ରହିଥିବା ବେଳେ ଏହି ଚେକ ଡ୍ୟାମର ପୁନଃ ନିର୍ମାଣ ପାଇଁ ଅଭିଯୋଗ ହୋଇଥିଲା । ଏଥିସହ ନୂଆଗାଁ ପରମାସାହି ରାସ୍ତା ଦୀର୍ଘଦିନ ଧରି ଖରାପ ଯୋଗୁଁ ଯାତାୟତରେ ବାଧା ସୃଷ୍ଟି ହେବା ସହ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି । ବର୍ଷା ଦିନରେ ରାସ୍ତାର ଅବସ୍ଥା ସାଂଘାତିକ ହୋଇ ପଡୁଥିବା ବେଳେ କାଦୁଅ ଭର୍ତ୍ତି ରାସ୍ତାରେ ଗମନା ଗମନରେ ବାଧା ଉପୁଜିବା ସହ ସ୍କୁଲ ପିଲାମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀରେ ଅଭିଯୋଗ କରିଛନ୍ତି । ଗୁରୁତୁଆଁ ଗ୍ରାମରେ ଚେକ ଡ୍ୟାମ ନିର୍ମାଣ ପାଇଁ ଗୋଟିଏ ବର୍ଷରୁ ଉଦ୍ଧ୍ୱର୍ ହେବ ଆବେଦନ କରାଯାଇଥିଲେ ମଧ୍ୟ କାର୍ଯୟକାରୀ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଯାହାଫଳରେ ଚାଷୀମାନେ ପାଣି ସମସ୍ୟାରେ ଘାଣ୍ଟି ହେଉଛନ୍ତି । ଏନେଇ ସ୍ଥାନୀୟ ଗ୍ରାମବାସୀ ମିଥୁନ ନାଏକ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି । ଲୋଇଡାପଦା ପଞ୍ଚାୟତ କାଟେସାହି ଗ୍ରାମରେ ବିଭିନ୍ନ ପର୍ବପର୍ବାଣୀ ଆୟୋଜନ ନିମନ୍ତେ ଏକ କ୍ଲବ ଗୃହ ନଥିବାରୁ ବହୁ ଅସୁବିଧା ସୃଷ୍ଟି ହେଉଛି । ବଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିପାଳନ ନିମନ୍ତେ ଏକ କ୍ଲବ ଗୃହ ନିର୍ମାଣ ପାଇଂ ସ୍ଥାନୀୟ ଗ୍ରାମର ଯୁବପିଢୀ ଅଭିଯୋଗ କରିଛନ୍ତି । ସର୍ବମୋଟ ୬୮ଟି ଅଭିଯୋଗର ଶୁଣାଣୀ କରାଯାଇଥିଲା । ଅଭିଯୋଗ ହୋଇଥିବା ବିଭିନ୍ନ ସମସ୍ୟା ଗୁଡିକର ସମାଧାନ ନିମନ୍ତେ ବିଭିନ୍ନ ବିଭାଗର ପଦାଧିକାରୀଙ୍କ ସହିତ ଜିଲ୍ଲାପାଳ ବିସ୍ତୃତ ଆଲୋଚନା କରି ଉପଯୁକ୍ତ ନିରାକରଣ ଉପରେ ଆଲୋଚନା କରିଥିଲେ। ଏହି ଅଭିଯୋଗ ଶୁଣାଣୀରେ ଖଣି ବିଭାଗ, କୃଷି ବିଭାଗ, ଶିକ୍ଷା ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଯୋଗାଣ ବିଭାଗ ସହ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ