ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ଉଦଯାପିତ

ଦେବଗଡ଼:ଜିଲ୍ଲା ପ୍ରସାଶନ,ଜିଲ୍ଲା କ୍ରୀଡ଼ା ବିଭାଗ ଓ ଜିଲ୍ଲା କ୍ରୀଡା ସଂସଦ ମିଳିତ ସହଯୋଗରେ ତିନିଦିନ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ଉଦଯାପିତ ହୋଇଯାଇଅଛି। ଉଦଯାପନୀ ଦିବସରେ ସକାଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଏକ ସାଇକଲ ରାଲି ଅନୁଷ୍ଠିତ ହୋଇଥିଲା । ସାଇକଲ ରାଲିକୁ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ରାଲିକୁ ଶୁଭାରମ୍ଭ କରିଥିଲେ। ଏହି ଶୋଭଯାତ୍ରା ନଗର ପରିକ୍ରମା କରି ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିଥିଲା। ଏହାପରେ ଇଣ୍ଡୋର ଷ୍ଟାଡିୟମରେ ଜିଲ୍ଲା କ୍ରୀଡା ଅଧିକାରୀ ହେମନ୍ତ ସିଂଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ସଭାରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଅତିରିକ୍ତ ଏସପି ଧିରଜ ଚୋପଦାର,ଜିଲ୍ଲା ବିଜେପି ସଭାପତି ଅରୁଣ କୁମାର ସାହୁ, ଜିଲ୍ଲା କ୍ରୀଡା ସଂସଦର ଉପ ସଭାପତି ସତ୍ୟ ନାରାୟଣ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ପରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କ ଦ୍ୱାରା ଏକ ଶପଥ ପାଠ କରାଯାଇଥିଲା।ଏଥିରେ କ୍ରୀଡ଼ାବିତ୍,ପୁଲିସ ବିଭାଗର କର୍ମଚାରୀ,ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମକୁ ଡିଆଇପିଆରଓ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।

  • Related Posts

    HIRAKUD DAM ହୀରାକୁଦ:୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

    ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬…

    Continue reading
    BMC ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍

    ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ