
ଦେବଗଡ଼:ଦେବଗଡ ଜିଲ୍ଲା ରେଙ୍ଗାଲବେଡା ସ୍ଥିତ ପିଏମଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ଜିଲ୍ଲାସ୍ତରୀୟ ହିନ୍ଦୀ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ରଶ୍ମିନ କୁମାର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର ମୁଖ୍ୟଅତିଥି, ହିନ୍ଦୀ ଅଧ୍ୟାପକ ବସନ୍ତ ବରାଳ ମୁଖ୍ୟବକ୍ତା, ରିଆମାଳ ଏବିଇଓ ମହେଶ୍ବର ବେହେରା,ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅମିଦ ପ୍ରଧାନ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶରତ ସାହୁ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୁମୁଦବନ୍ଧୁ ପୃଷ୍ଟି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ଏହି ଅବସରରେ ବହୁ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଥିଲା।ଶିକ୍ଷକ ଚିନ୍ତାମଣି ବିଶ୍ବାଳ ସଭା ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ସରୋଜିନୀ ନାୟକ ଧନ୍ୟବାଦ ଦେଇଥିଲେ। ଏଥିରେ ବହୁ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।







