ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ପା‌ଥୋ ଲ୍ୟାବର ଯାଞ୍ଚ

ଦେବଗଡ଼:ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ପା‌ଥୋ ଲ୍ୟାବର ଯାଞ୍ଚ କରାଯାଇଛି। ସିଡିଏମଓ ଡା. ସଂଘମିତ୍ରା ପଣ୍ଡାଙ୍କ ନେତୃତ୍ବରେ ଏକ ଟିମ ରିଆମାଳ ବ୍ଲକର ବୁଢାପାଳ ଗ୍ରାମରେ ଥିବା କଳିଙ୍ଗ ପାଥୋ ଲ୍ୟା‌ବ ଏବଂ ପ୍ରଧାନ ପାଥୋ ଲ୍ୟା‌ବରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅଚାନକ ପରିଦର୍ଶନ କରି ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ସରକାରୀ ନିୟମ ମୁତାବକ ନଥି ପତ୍ର ପ‌ାଇନଥିବାବେଳେ ବର୍ଜବସ୍ତୁ ପରିଚାଳନାରେ ତ୍ରୁଟି ଦେଖିବାକୁ ପାଇଥିଲେ। ନିୟମ ମୁତାବକ ରୋଗୀମାନଙ୍କର ପଞ୍ଜିକରଣ ତଥା ତଥ୍ୟ ପ୍ରଦାନ କରୁନଥିବାରୁ ଏହି ସବୁ ପ୍ରକ୍ରିୟାରେ ସଂଶୋଧନ ନ କରିବା ପର୍ଯ୍ୟନ୍ତ ପାଥୋଲ୍ୟାବ ନ ଖୋଲିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଉକ୍ତ ଟିମରେ ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ବିଭାଗ) ଡ.ବଂଶୀଧର ପାତ୍ର, ଭେକ୍ଟରବାହିତ ରୋଗର ପରାମର୍ଶଦାତା ନିରୁପମା ଦାଶ ଉପସ୍ଥିତ ଥିଲେ।ଏହାସହିତ ଜିଲ୍ଲାର ସମସ୍ତ ପାଥୋ ଲ୍ୟାବ ଗୁଡିକ ସରକାରୀ ନିୟମ ମୁତାବକ ପରିଚାଳନା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ