ଭୁବନେଶ୍ୱର ୧୫/୦୮:ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ୭୯ତମ ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିବା ସହ ମୁଖ୍ୟମନ୍ତ୍ରୀ ଅପରେସନ ‘ସିନ୍ଦୂର’ର ପ୍ରଶଂସା କରିଥିଲେ। ଅପରେସନ ‘ସିନ୍ଦୂର’ ଆମର ବଡ଼ ସଫଳତା। ଆମ ସଫଳତାକୁ ନେଇ ସାରା ବିଶ୍ଵରେ ଚର୍ଚ୍ଚା ହେଉଛି ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ମହିଳା ସଶକ୍ତୀକରଣ ସହିତ ସେମାନଙ୍କ ସୁରକ୍ଷା ଜରୁରୀ। ମହିଳାଙ୍କ ପ୍ରତି ହେଉଥିବା ହିଂସା କ୍ଷେତ୍ରରେ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବ୍ୟବସ୍ଥା ହୋଇଛି। ବିଗତ ୧୧ ବର୍ଷରେ ଦେଶ ବହୁତ ଅଗ୍ରଗତି କରିଛି। ଗତ ୧ ବର୍ଷରେ ରାଜ୍ୟରେ ବହୁତ କାର୍ଯ୍ୟ କରାଯାଇଛି। ରାଜ୍ୟର ବିକାଶ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ସରକାର ଜୀବନଜୀବିକା, ସଶକ୍ତୀକରଣ ଏବଂ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦେଉଛନ୍ତି ବୋଲି ସେ କହିଥିଲେ।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




