ଜୀବନଜୀବିକା, ସଶକ୍ତୀକରଣ ଏବଂ ଓଡ଼ିଆ ଅସ୍ମିତାକୁ ସରକାର ଗୁରୁତ୍ଵ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୫/୦୮:ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ୭୯ତମ ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିବା ସହ ମୁଖ୍ୟମନ୍ତ୍ରୀ ଅପରେସନ ‘ସିନ୍ଦୂର’ର ପ୍ରଶଂସା କରିଥିଲେ। ଅପରେସନ ‘ସିନ୍ଦୂର’ ଆମର ବଡ଼ ସଫଳତା। ଆମ ସଫଳତାକୁ ନେଇ ସାରା ବିଶ୍ଵରେ ଚର୍ଚ୍ଚା ହେଉଛି ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ମହିଳା ସଶକ୍ତୀକରଣ ସହିତ ସେମାନଙ୍କ ସୁରକ୍ଷା ଜରୁରୀ। ମହିଳାଙ୍କ ପ୍ରତି ହେଉଥିବା ହିଂସା କ୍ଷେତ୍ରରେ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବ୍ୟବସ୍ଥା ହୋଇଛି। ବିଗତ ୧୧ ବର୍ଷରେ ଦେଶ ବହୁତ ଅଗ୍ରଗତି କରିଛି। ଗତ ୧ ବର୍ଷରେ ରାଜ୍ୟରେ ବହୁତ କାର୍ଯ୍ୟ କରାଯାଇଛି। ରାଜ୍ୟର ବିକାଶ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ସରକାର ଜୀବନଜୀବିକା, ସଶକ୍ତୀକରଣ ଏବଂ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦେଉଛନ୍ତି ବୋଲି ସେ କହିଥିଲେ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ