ଜୁନ୍ ୩୦ ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତି

ଭୁବନେଶ୍ଵର : ତ୍ୱରାନ୍ୱିତ ହେଲା ବୋର୍ଡ ନିଗମ ନିଯୁକ୍ତି ପ୍ରକ୍ରିୟା । ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ପବ୍ଲିକ୍ ଏଣ୍ଟରପ୍ରାଇସ୍ ବିଭାଗ ପକ୍ଷରୁ ନିଯୁକ୍ତି ନେଇ ଚିଠି ଜାରି ହୋଇଛି । ବିଭାଗ ବୋର୍ଡ-ନିଗମର ଖାଲି ଥିବା ପଦବୀର ତଥ୍ୟ ଦେଇଛି। ଜୁନ ୩୦ ସୁଦ୍ଧା ୧୧୮୩ ଜଣଙ୍କୁ ନିଯୁକ୍ତି ଦେବା ପାଇଁ ଲକ୍ଷ୍ୟ ରଖିଛି ବିଭାଗ ।

ବିଭିନ୍ନ ବିଭାଗ ଅଧୀନରେ ଆସୁଥିବା ବୋର୍ଡ ନିଗମରେ କେତେ ପଦବୀ ଖାଲି ଅଛି ଏବଂ ନୂଆ ସରକାର ଆସିବା ପରେ କେତେ ନିଯୁକ୍ତି ହୋଇଛି ତାର ତଥ୍ୟ ମାଗିଥିଲେ ସରକାର। ନିର୍ଦ୍ଦେଶ ଅନୁସାରେ ୧୭ଟି ବିଭାଗରେ ୩୨ଟି ବୋର୍ଡ ନିଗମ ବାବଦରେ ତଥ୍ୟ ଦିଆଯାଇଛି । ନୂଆ ସରକାର ଆସିବା ପରେ ୩୨ଟି ବୋର୍ଡ ନିଗମରେ ୬୭୭ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ୧୭ ଟି ବୋର୍ଡ ନିଗମରେ ଜଣେ ବି ନିଯୁକ୍ତ ହୋଇ ନାହାନ୍ତି। ଦୁଇ ବର୍ଷ ହେଲା ବିଭିନ୍ନ ବୋର୍ଡ ଏବଂ ନିଗମର ଅଧ୍ୟକ୍ଷ ପଦବୀ ଖାଲି ରହିଥିବା ବେଳେ ଖୁବଶୀଘ୍ର ଏହାକୁ ପୂରଣ କରାଯିବ ବୋଲି ସୂଚନା ମିଳିଥିଲା। ନିକଟରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସଭାପତି ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏନେଇ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା ହୋଇଥିବା କୁହାଯାଉଥିଲା।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ