ଜେଲରୁ ବାହାରିଲେ ପୁଲିସ ଏସ୍‌ଆଇ ଆଶାୟୀ

ବ୍ରହ୍ମପୁର: ପୁଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା। ବ୍ରହ୍ମପୁର ଜେଲରୁ ବାହାରିଲେ ଆଶାୟୀ ପ୍ରଥମେ ୬ ଯୁବତୀ ବାହାରିଲେ। ଏହି ସମୟରେ ସାମ୍ବାଦିକଙ୍କୁ କିଛି ଆଶାୟୀଙ୍କ ପରିବାର ସଦସ୍ୟ ବାଇଟ ଦେଇ କହିଛନ୍ତି ଯେ, ନ୍ୟାୟାଳୟ ଆମେ ପିଲାଙ୍କ ସହ ରହିଛୁ। ପିଲା କୌଣସି ଅପରାଧ କରି ନାହାନ୍ତି। ସମସ୍ତେ ମାସେ ଜେଲରେ ରହିଲେ। ସେମାନଙ୍କ ପ୍ରତି ଅନ୍ୟାୟ ହୋଇଛି। ଆମର ନ୍ୟାୟାଳୟ ଉପରେ ବିଶ୍ୱାସ ରହିଛି। ଏହାକୁ ଚ୍ୟାଲେଞ୍ଜ କରି ଆଗାମୀ ଦିନରେ ହାଇକୋର୍ଟ ଯିବୁ। ଆମକୁ ନ୍ୟାୟ ମିଳିବ। ପରେ ଅନ୍ୟ ସମସ୍ତ ୧୦୮ ଜଣ ଆଶାୟୀ ଜେଲରୁ ଜାମିନ୍‌ରେ ମୁକୁଳିଥିଲେ। ସୂଚନା ଅନୁଯାୟୀ, ବୁଧବାର ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ଦ୍ୱାରା ଆୟୋଜିତ ପୁଲିସ ସବ୍‌-ଇନ୍ସପେକ୍ଟର୍‌ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ୧୧୪ ଜଣ ପରୀକ୍ଷାର୍ଥୀଙ୍କୁ ଜାମିନ୍‌ ପ୍ରଦାନ କରିଥିଲେ କୋର୍ଟ । ମାମଲାରେ ମୋଟ ୧୨୩ ଜଣ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି । ସେମାନଙ୍କ ମଧ୍ୟରୁ ୧୧୪ ଜଣ ପରୀକ୍ଷାର୍ଥୀ ଓ ୭ ଜଣ ଦଲାଲଙ୍କ ସମେତ ମୋଟ ୧୨୧ ଜଣ ଜାମିନ୍‌ ପାଇଁ କୋର୍ଟରେ ଆବେଦନ କରିଥିଲେ । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ ଜ୍ଞାନେନ୍ଦ୍ର କୁମାର ବାରିକ ଜାମିନ ଆବେଦନର ଶୁଣାଣି କରି ୧୧୪ ପରୀକ୍ଷାର୍ଥୀଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି । ୭ ଜଣ ଦଲାଲଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ