ଜେଲରେ ମାଓନେତା ଆଜାଦଙ୍କ ଆମରଣ ଅନଶନ

ଭୁବନେଶ୍ୱର : ଝାରପଡା ସ୍ୱତନ୍ତ୍ର କାରାଗାରରେ ମାଓ ନେତା ଆଜାଦ ଅନଶନରେ ବସିଛନ୍ତି । ତାଙ୍କ ବିରୋଧରେ ଥିବା ମାମଲାଗୁଡିକ ଯଥାଶୀଘ୍ର ଫଇସଲା କରିବାକୁ ସେ ଦାବି କରିଛନ୍ତି।ଝାରପଡା ଜେଲ ୱାର୍ଡ ନମ୍ବର ୬ ରେ ଆଜାଦ ରହୁଛନ୍ତି । ବୁଧବାର ସକାଳେ ଜଳଖିଆ ଖାଇବା ପାଇଁ ସେ ଆସିନଥିଲେ । ଜେଲ କର୍ମଚାରୀ ତାଙ୍କୁ ଖାଇବାକୁ ଡାକିଥିଲେ । ହେଲେ ସେ ଖାଦ୍ୟ ଗ୍ରହଣ କରିବେନି ବୋଲି ରୋକଠୋକ ଶୁଣେଇଥିଲେ । ତାଙ୍କ ଦାବି ପୂରଣ ନ ହେବା ଯାଏ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି ।
ତାଙ୍କ ବିରୋଧରେ ଥିବା ସମସ୍ତ ମାମଲାକୁ ଏକ ସ୍ୱତନ୍ତ୍ର ଅଦାଲତ ଜରିଆରେ ତ୍ୱରିତ ଫଇସଲା କରିବାକୁ ସୁପ୍ରିମକୋର୍ଟ ପୂର୍ବରୁ ନିର୍ଦେଶ ଦେଇଥିଲେ । ଗତ ଅଗଷ୍ଟ ଶେଷ ସୁଦ୍ଧା ଏହାର ପ୍ରକ୍ରିୟା ସାରିବାକୁ ନିର୍ଦେଶନାମାରେ ଦର୍ଶାଯାଇଥିଲା । ଅଗଷ୍ଟ ପରେ ଦେଢ଼ ମାସ ବିତିବା ସତ୍ତେ୍ ସରକାର କୌଣସି ପଦକ୍ଷେପ ନେଲେନି । ସେଥିପାଇଁ ଆଜାଦ ଜେଲରେ ଆମରଣ ଅନଶନର ପନ୍ଥା ବାଛିଛନ୍ତି । ସୂଚନାଯୋଗ୍ୟ, ୨୦୧୬ ମସିହାରେ ମଧ୍ୟ ଆଜାଦ ଅନ୍ୟ ୬ କଏଦୀଙ୍କ ସହ ଜେଲରେ ଅନଶନରେ ବସିଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ