ଜେଲ ଗଲେ ଉଦିତ୍‌ ପ୍ରଧାନ

ଭୁବନେଶ୍ୱର: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା କଂଗ୍ରେସ।ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ