ଜୟଙ୍କ ବିଜୟ ପରେ ଧର୍ମେନ୍ଦ୍ର ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ବର : ନୂଆପଡ଼ାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ନୂଆପଡ଼ା ଉପନିର୍ବାଚନରେ ନୂଆପଡ଼ାବାସୀଙ୍କ ସହ ଗଣତନ୍ତ୍ରର ବିଜୟ ହୋଇଛି ବୋଲି ଉଲ୍ଲେଖ କରିଛନ୍ତି ।ସେ ଲେଖିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ନୂଆପଡ଼ାବାସୀଙ୍କ ସହ ଗଣତନ୍ତ୍ରର ବିଜୟ ହୋଇଛି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ତଥା ଆମ ଆମ ଦଳ ଉପରେ ବିଶ୍ୱାସ କରି ଭୋଟ ଦେଇଥିବାରୁ ନୂଆପଡ଼ାର ଜନସାଧାରଣ ଏବଂ କଠିନ ପରିଶ୍ରମ କରିଥିବା କାର୍ୟ୍ୟକର୍ତ୍ତାଙ୍କୁ କୃତଜ୍ଞତା ଜଣାଉଛି ।ଆମର ଡବଲ ଇଞ୍ଜିନ ସରକାର ନୂଆପଡ଼ାର ବିକାଶକୁ ତ୍ୱରାନ୍ୱିତ କରିବା ସହ ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ ବୋଲି ମୋର ବିଶ୍ୱାସ । ଏହି ଉପନିର୍ବାଚନରେ ବିଜୟୀ ହୋଇଥିବା ଆମ ଦଳର ପ୍ରାର୍ଥୀ ଶ୍ରୀ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ।

​​​​​​ସୂଚନା ଅନୁସାରେ, ନୂଆପଡ଼ାରେ ୮୪ ହଜାରରୁ ଅଧିକ ଭୋଟରେ ଜିତିଲେ ଜୟ । ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଜୟଙ୍କଠାରୁ ଭୋଟ ବ୍ୟବଧାନରେ ବହୁ ପଛରେ ରହିଛନ୍ତି । ୧,୨୩,୨୪୩ରୁ ଅଧିକ ଭୋଟ ପାଇ ଜୟ ବିଜୟୀ ହୋଇଛନ୍ତି। ଏଥିସହ ବିଜେପି ନୂଆପଡା ଆସନ ଦଖଲ କରିଛି। ବିଜେଡି ହାତରୁ ଖସିଯାଇଛି ନୂଆପଡା। ସ୍ନେହାଙ୍ଗିନୀ ୩୮,୨୫୬ ଭୋଟ ପାଇ ୩ୟ ସ୍ଥାନରେ ଥିବାବେଳେ ଘାସିରାମ ୪୦,୦୩୯ ଭୋଟ ପାଇ ୨ୟ ସ୍ଥାନରେ ରହିଛନ୍ତି।

  • Related Posts

    ସରପଞ୍ଚରୁ ଭାଜପା ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା

    ଗୀତାଞ୍ଜଳିଙ୍କୁ ନୂଆ ଦାୟିତ୍ୱ, ମହିଳା ସଂଗଠନ ସୁଦୃଢ଼ କରିବାକୁ ନୂଆ ଆଶା” ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) କନ୍ଧମାଳ ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ…

    Continue reading
    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ