ଜୟନାରାୟଣଙ୍କ ବିବୃତିକୁ ବାଦ ଦିଆଯାଉ: ପ୍ରମିଳା

ଭୁବନେଶ୍ୱର: ଭି.କେ ପାଣ୍ଡିଆନଙ୍କ ସମ୍ପର୍କରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଦେଇଥିବା ବିବୃତିକୁ ବାଦ ଦେବାକୁ ବିଜେଡି ବିଧାୟିକା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦାବି କରିଛନ୍ତି ।
ଶ୍ରୀମତୀ ମଲ୍ଲିକ କହିଛନ୍ତି ଯେ ବିଜେପିର ବରିଷ୍ଠ ସଦସ୍ୟ ଗୃହରେ ମନଗଢ଼ା କାହାଣୀ କହୁଛନ୍ତି । ଗୃହର ସଦସ୍ୟ ନଥିବା ଲୋକଙ୍କ ନାମକୁ ବିବରଣୀରୁ ବାଦ ଦିଆଯାଉ ବୋଲି ଶ୍ରୀମତୀ ମଲ୍ଲିକ ଦାବି କରିଛନ୍ତି ।

ପ୍ରକାଶ ଯେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବିଧାନସଭାରେ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି । ପଏଣ୍ଟ ଅଫ ଅର୍ଡର ଉଠାଇ ଶ୍ରୀ ମିଶ୍ର ବିରୋଧୀଙ୍କ ଟାର୍ଗେଟ କରିଛନ୍ତି । ଶ୍ରୀ ମିଶ୍ର କହିଛନ୍ତି ଯେ ଚାଷୀ ପ୍ରସଙ୍ଗରେ ବିରୋଧୀ ମୁଲତବୀ ଆଣିଥିଲେ । ଆମେ ଆଲୋଚନା ଚାହୁଁଥିଲୁ । କିନ୍ତୁ କ’ଣ ପାଇଁ ଗତକାଲି ଠାରୁ ଗୃହକୁ ମୁଲତବୀ କରାଯାଉଛି । ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି । ସେମାନେ ହେଲେ ପାଣ୍ଡିଆନ କହିଲେ ବୋଲି ଆମେ ଏମିତି କଲୁ । ତେଣୁ ଏଗୃହକୁ କ’ଣ ପାଣ୍ଡିଆନ ଚଳାଇବେ କି ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି । ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ । ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ବୋଲି ଜୟନାରାୟଣ ମିଶ୍ର କହିଛନ୍ତି ।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ