ଜୟପୁର କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ

ଜୟପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର କେନ୍ଦ୍ରୀୟ ବିଦ୍ୟାଳୟ ଜୟପୁରର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ସହ ଜଗନ୍ନାଥ ସଦର ନିକଟରେ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ କରିଛନ୍ତି । ଏହି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ କୁଶଳୀ କରିବ । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଜୟପୁର ସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିକ ସାଧାରଣ ସଭାକୁ ସମ୍ବୋଧିତ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାର ଅନ୍ୟତମ ସାଂସ୍କୃତିକ, ବ୍ୟବସାୟିକ ଓ ବୌଦ୍ଧିକ କେନ୍ଦ୍ର ହେଉଛି ଜୟପୁର । ଜୟପୁର ମହାରାଜା ଶ୍ରୀ ବିକ୍ରମ ଦେବ ବର୍ମା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଦେଶ ସ୍ୱାଧୀନତାରେ ଅନେକ ଅବଦାନ ରହିଛି । ଏଭଳି ସହରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ପ୍ରାୟ ୪୦ କୋଟି ଟଙ୍କା ବ୍ୟୟରେ ଏଠାରେ ବହୁ ଆକାଂକ୍ଷୀତ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଚଳିତ ଶିକ୍ଷା ବର୍ଷ ଠାରୁ ଏହାର ଅସ୍ଥାୟୀ କ୍ୟାମ୍ପସରେ ଶିଶୁବାଟିକାରୁ ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ପିଲାମାନେ ପାଠ ପଢିବେ । ଏଥିପାଇଁ ନାମଲେଖା ଶେଷ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଏହି ପଦକ୍ଷେପ ସ୍ଥାନୀୟ ଅଞ୍ଚଳର ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ବେଶ୍ ସହାୟକ ହେବ । ଆମର ପିଲାମାନଙ୍କ ମଧ୍ୟରେ ଚାକିରି ନକରି ଚାକିରି ଦେବାର ମାନସିକତା ତିଆରି କରାଇବା ଦରକାର ।

ସେ ଆହୁରି କହିଛନ୍ତି ଯେ ଶନିବାର କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୬୧୦ କୋଟି ଟଙ୍କାରୁ ଅଧିକ ଟଙ୍କାର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହୋଇଛି । ଅବିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରାୟ ୯୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲ ବିକଶିତ ହେଉଛି । ଏଥିପାଇଁ ପାଖାପାଖି ୨୦୦ କୋଟି ଟଙ୍କା ଆସିଛି । ବିକ୍ରମଦେବ ବିଶ୍ଵବିଦ୍ୟାଳୟ ପାଇଁ ପିଏମ ଉଷା ଯୋଜନାରେ କେନ୍ଦ୍ର ସରକାର ୨୦ କୋଟି ଟଙ୍କା ଦେଇଛନ୍ତି । ଓଡ଼ିଶା ସରକାରଙ୍କ ତରଫରୁ ମଧ୍ୟ ଏହି ବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା ହୋଇଛି । କୋରାପୁଟର ନବନିର୍ମାଣରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରୟୋଗଶାଳା ହେବ । ଆଗାମୀ ଦିନରେ କୋରାପୁଟ ସମେତ ଅବିଭକ୍ତ ସମସ୍ତ ଜିଲ୍ଲାରେ ଡିଗ୍ରୀ ଓ ଅନ୍ୟାନ୍ୟ ଅନୁଷ୍ଠାନରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରାଯିବ ।

ଅପାର ସମ୍ଭାବନାର ଅଞ୍ଚଳ ହେଉଛି କୋରାପୁଟ । ଏଠାରେ ଅନେକ ସମ୍ଭାବନା ଅଛି । ଅଭିବକ୍ତ କୋରାପୁଟ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର କଳ୍ପନା ହୋଇପାରିବ ନାହିଁ । ବିକଶିତ ଓଡ଼ିଶା ନହେଲେ ବିକଶିତ ଭାରତର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଭାରତ ସରକାର ଭାରତମାଳା ପ୍ରକଳ୍ପ କାର୍ୟ୍ୟକାରୀ ହୋଇଛି । ରାୟଗଡ଼ାରେ ରେଳ ଡିଭିଜନ ହୋଇଛି । ନବରଙ୍ଗପୁର ଓ ମାଲକାଲଗିରିରେ ରେଳ ଲାଇନ ଜମିଅଧିଗ୍ରହଣର କାମ ତ୍ୱରାନ୍ୱିତ ହୋଇଛି । କୋରାପୁଟ ସମେତ ରାୟଗଡ଼ା, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ଶିକ୍ଷା କ୍ଷେତ୍ର ସମେତ ସର୍ବାଙ୍ଗିନ ବିକାଶ, ଆର୍ଥିକ କ୍ଷେତ୍ରକୁ ମଜଭୂତ୍ କରିବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର ପ୍ରୟାସ କରୁଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଜୟପୁର ମହାରାଜା ଶ୍ରୀ ବିକ୍ରମ ଦେବ ବର୍ମାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଅର୍ପଣ କରିଥିଲେ ।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ