ଝାଡ଼ଖଣ୍ଡ ନିର୍ବାଚନ :ଧର୍ମେନ୍ଦ୍ର ଷ୍ଟାର ପ୍ରଚାରକ

ଭୁବନେଶ୍ୱର:ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ ମଧ୍ୟ ରହିଛି। ସେହିପରି ସମ୍ବଲପୁର ଲୋକ ସଭା ଆସନରୁ ଜିତି କେନ୍ଦ୍ରମନ୍ତ୍ରୀ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛି। ତାଲିକାର ୧୨ ନମ୍ବର ସ୍ଥାନରେ ତାଙ୍କ ନାଁ ରହିଛି। ଷ୍ଟାର ପ୍ରଚାରକ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିଥିଲେ। ବର୍ତ୍ତମାନ ବିଜେପି ତାଙ୍କୁ ବିଧିବଦ୍ଧ ଭାବେ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିଛି। ଦଳ ଜାରି କରିଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ୧୭ ନମ୍ବର ସ୍ଥାନରେ ଅଛନ୍ତି। ଓଡ଼ିଶା ସୀମାନ୍ତକୁ ଝାଡ଼ଖଣ୍ତ ରାଜ୍ୟ ଲାଗିଛି। ଝାଡ଼ଖଣ୍ଡର ଷଢ଼େଇକଳା ଓ ଜାମଶେଦପୁର ଭଳି ଅନେକ ଅଞ୍ଚଳରେ ଓଡ଼ିଆ ଭାଷାଭାଷୀ ଲୋକ ରହୁଛନ୍ତି। ସେମାନଙ୍କ ଭୋଟ ନିଜ ସପକ୍ଷରେ ନେବା ଲାଗି ଭାଜପା ମୋହନ ମାଝୀ ଏବଂ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ରଖିଛି। ରାଜ୍ୟରୁ ଅନ୍ୟ କୌଣସି ନେତାଙ୍କ ନାଁ ଏହି ତାଲିକାରେ ନାହିଁ।

  • Related Posts

    ୩୦ ଜିଲ୍ଲାର ଯୋଜନା ବୋର୍ଡ ନିମନ୍ତେ ଅଧ୍ୟକ୍ଷ ଘୋଷଣା

    ଭୁବନେଶ୍ବର:ରାଜ୍ୟ ସରକାର ୩୦ ଜିଲ୍ଲାର ଯୋଜନା ବୋର୍ଡ ନିମନ୍ତେ ଅଧ୍ୟକ୍ଷ ଘୋଷଣା କରିଛନ୍ତି। ତାଲିକାରେ ଚାରିଜଣ ରାଜ୍ୟମନ୍ତ୍ରୀ- ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ପୃଥ୍ବିୀରାଜ ହରିଚନ୍ଦନ ଓ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ସାମିଲ କରାଯାଇଛି। ଆଜି ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଅନୁଗୁଳଜିଲ୍ଲା ନିମେନ୍ତ…

    Continue reading
    ‘ବିକଶିତ ଓଡ଼ିଶା’ ଗଠନ ପାଇଁ ୧୦ଟି ସଂକଳ୍ପର ଆହ୍ୱାନ

    ଭୁବନେଶ୍ୱର :କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ‘ଓଡ଼ିଶା ଦିବସ’ ଅବସରରେ ଦେଶ ତଥା ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ-ଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ୨୦୨୬ରୁ ୨୦୩୬ – ଆଗାମୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ