ଝାରସୁଗୁଡ଼ା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ୍ ସୂଚନା । ଲଗାତାର ଲଘୁଚାପ ପାଇଁ କାର୍ୟ୍ୟକ୍ରମ ବାତିଲ୍ ହୋଇପାରେ । ବର୍ଷା ଆଶଙ୍କା ରହିଥିବାରୁ କାର୍ୟ୍ୟସୂଚୀରେ ପରିବର୍ତ୍ତନ ହୋଇପାରେ । ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କାର୍ୟ୍ୟକ୍ରମ ହୋଇପାରେ । ସେପ୍ଟେମ୍ବର ୨୭ ତାରିଖରେ ପିଏମ୍ ମୋଦି ବ୍ରହ୍ମପୁର ଗସ୍ତରେ ଆସିଥାନ୍ତେ । ଧାର୍ୟ୍ୟ ତାରିଖରେ ବର୍ଷା ଆଶଙ୍କା ରହିଥିବାରୁ ରଙ୍ଗେଇଲୁଣ୍ଡା ହେବାକୁ ଥିବା ସେବା କାର୍ୟ୍ୟକ୍ରମ ବାତିଲ୍ କରାଯାଇଥିବା ସୂଚନା ମିଳିଛି । ​​​​​​​​​​ଆଗକୁ ଆସୁଛି ଦୁଇ ଦୁଇଟି ଲଘୁଚାପ । ୨୫ ତାରିଖରେ ପ୍ରଥମ ଲଘୁଚାପ ଏବଂ ଦିତୀୟ ଲଘୁଚାପ ଅକ୍ଟୋବର ପ୍ରଥମ ସପ୍ତାହରେ ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହା ତିନି ଦିନ ପର୍ୟ୍ୟନ୍ତ ଲାଗି ରହିବ। ମୌସୁମୀ ସମ୍ପୂର୍ଣ ଫେରି ନଥିବାରୁ ୨୮ ତାରିଖ ପରେ ବି ବର୍ଷା ଲାଗିରହିବ ବୋଲି ଅନୁମାନ କରାଯାଉଛି। ବର୍ଷା ଏବଂ ଘୁର୍ଣ୍ଣିଝଡ଼ ସମ୍ଭାବନା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ସୂଚୀ ବଦଳିବା ସମ୍ଭାବନା ରହିଛି ।ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ ତାରିଖରେ ଆସିପାରନ୍ତି ଝାରସୁଗୁଡା । ୨୫ ତାରିଖରେ ହେବାକୁ ଥିବା ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ପବନକୁ ଆଶଙ୍କା କରି ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ କାର୍ୟ୍ୟକ୍ରମ ବାତିଲ ହେଉଛି । ରବିବାର ସନ୍ଧ୍ୟା ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ୟ୍ୟକ୍ରମ ଚୂଡ଼ାନ୍ତ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ