ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ

ଆସିକା: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଢ଼ଉଗାଁ ଛକରେ ସିରିଜ୍‌ ଦୁର୍ଘଟଣା। ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ ଢ଼ଉଗାଁର ୪୮ ବର୍ଷୀୟ ବସନ୍ତ ପରିଡା । ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭରକୁ ପୁଲିସ ଗିରଫ କରି ତଦନ୍ତ ଚଳାଇଛି । ସୂଚନା ମୁତାବକ, ଏକ ଟ୍ରକ୍‌ ପ୍ରଥମେ ଜଣେ ବ୍ୟକ୍ତି ଉପରେ ଗାଡି ଚଢାଇ ଦେବା ପରେ ସେଠାରୁ ୭୦୦ ମିଟର ପରେ ଗୋଟିଏ,ଦୋକାନ, ଜଣେ ବ୍ୟକ୍ତିଙ୍କ ଘର, ଗୋଟିଏ ବାଇକ ଏବଂ ସାଇକେଲ ଉପରେ ଚଢାଇ ଦେଇଛି। ଘଟଣା ସ୍ଥଳରେ ଢ଼ଉଗାଁ ଗାଁର ବସନ୍ତ ପରିଡାଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ ଡ୍ରାଇଭର ଗାଡି ଧରି ଚମ୍ପଟ ମାରୁଥିବା ବେଳେ ଗାଁ ଲୋକେ ଟ୍ରକ୍‌ ଡ୍ରାଇଭରକୁ ଅଟକ ରଖି ପୁଲିସରେ ଜିମା ଦେଇଛନ୍ତି। ଡ୍ରାଇଭର ନିଜେ ସ୍ବୀକାର କରିଛି ଯେ, ସେ ଅଧିକ ଭାଙ୍ଗ ସେବନ ଫଳରେ ତାଙ୍କୁ ନିଶା ହୋଇଯିବାରୁ ଏପରି ଅଘଟଣ ହୋଇଛି। ଅନ୍ୟ ପଟେ ଏହି ଦୁର୍ଘଟଣାରେ ମୃତକ ବସନ୍ତଙ୍କ ପରିବାର ପୁରା ଭାଙ୍ଗି ପଡିଛନ୍ତି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ କରିବା ସହ ଟ୍ରକ୍‌କୁ ଅଟକ ରଖିଛି। ଡ୍ରାଇଭରକୁ ଗିରଫ କରି ଅଧିକ ତଦନ୍ତ କରୁଛି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ