ଠିକାଦାର ମଲେଇ ନେଇ ପଳେଇଲେ :ମନ୍ତ୍ରୀ

ଭୁବନେଶ୍ୱର: ମେଗା ଜଳ ପ୍ରକଳ୍ପ ନେଇ ଗୃହରେ ପ୍ରଶ୍ନ ଉଠାଇଲେ ଚୌଦ୍ୱାର ବିଧାୟକ ସୈାଭିକ ବିଶ୍ୱାଳ। କହିଛନ୍ତି ବିଧାୟକଙ୍କ କହିବା କଥା ରାଜ୍ୟରେ ଆଜି ସୁଦ୍ଧା ୨୦୭ ଗୋଟି ପ୍ରେଜେକ୍ଟରୁ ୧୬ ଗୋଟି ପ୍ରୋଜେକ୍ଟ ପୁରା ହୋଇଛି । ବର୍ତ୍ତମାନ ସୁଦ୍ଧା ୧୫୧ ଗୋଟି ପ୍ରୋଜେକ୍ଟ କାମ ଚାଲୁ ରହିଛି । ୨୦୨୬ ସୁ୍ଦ୍ଧା କାମ ଶେଷ ହେବ , କିନ୍ତୁ ଏହି କାମ କେବେ ସୁ୍ଦ୍ଧା ଶେଷ ହେବ ସେନେଇ ମାନ୍ୟବର ମନ୍ତ୍ରୀଙ୍କ ଠାରୁ ଜାଣିବାକୁ ଚାହୁଁଛି , ଏହି କାମ ବାରମ୍ବାର ଅହେତୁକ ବିଳମ୍ବ ହେଉଛି । ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ପଂଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀଙ୍କ ରବି ନାୟକ ଉତ୍ତର ରଖି କହିଛନ୍ତି , ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ। ପୂର୍ବ ସରକାର ସମୟରେ ଠିକାଦାର ମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ ରବି ନାୟକ। ପୂର୍ବ ସରକାର ବେଳେ କେବଳ ପାଇପ ବିଛାଇବା କାମ କରିଥିଲେ । କେବଳ ଘରକୁ ଟ୍ୟାପ ଲଗାଇଛନ୍ତି। ଯେଉଁମାନେ ଠିକା ନେଇଥିଲେ, ସେମାନେ ୫୮ ପ୍ରତିଶତ ଟଙ୍କା ନେଇ ପଳାଇଛନ୍ତି । ଠିକାଦାରମାନେ ମଲେଇ ନେଇ ପଳାଇଛନ୍ତି କିନ୍ତୁ ତା ପରବର୍ତ୍ତୀ ପାଣି ବିଶୋଧନ କରିବା ପାଇଁ ଟ୍ୟାଙ୍କ କାମ ଏବେ ବି ବାକି ଥିବା ଗୃହରେ କହିଛନ୍ତି ମନ୍ତ୍ରୀ ।
ଏହାକୁ କାଉଣ୍ଟରରେ କହିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା , ଯେଉଁମାନେ ଏହି ପ୍ରକଳ୍ପରେ ମଲେଇ ଖାଇଛନ୍ତି ସେମାନେ ଆମ ରାଜ୍ୟର ନୁହଁନ୍ତି ସେମାନଙ୍କୁ ସରକାର ବାନ୍ଧିବା ଦରକାର । ସରକାର ସେମାନଙ୍କୁ ବାନ୍ଧିବାକୁ ବଡ ଯୋଜନା କରନ୍ତୁ , ପ୍ରକଳ୍ପ ପାଇବା ପାଇଁ ପେଟି ଆକାରରେ ଟଙ୍କା ବଣ୍ଟନ କରାଯାଇଥିଲା । ତାହା ବର୍ତ୍ତମାନ ଚିନ୍ତାଜନକ ବିଷୟ ତାକୁ ଏବେ ସରକାର ଠିକ କରିବା ଦରକାର ।

  • Related Posts

    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading
    ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ; ‘ଓଡ଼ିଶା ଫୁଡ୍ ପ୍ରୋ ୨୦୨୬’ରେ ହେବେ ସାମିଲ

    ଭୁବନେଶ୍ବର: ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବୃହତ୍ ନିବେଶ ଆକର୍ଷଣ ଲକ୍ଷ୍ୟରେ ଆୟୋଜିତ ହେଉଛି ‘ଓଡ଼ିଶା ଫୁଡ୍ ପ୍ରୋ ୨୦୨୬’ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ରାଜ୍ୟ ବାହାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ