ଡହଡହ ଖରା ; ୬ ଜିଲାକୁ ହିଟ୍ ୱେଭ୍ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ଖରା। ଅସ୍ତବ୍ୟସ୍ତ ଜନ ଜୀବନ। ଡହଡହ ଖରାକୁ ଅସହ୍ୟ ଗରମ। ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ। ଏଥିପାଇଁ ୬ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ହିଟ୍ ୱେଭ୍ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ରୌଦ୍ର ତାପ। ସବୁଠି ହେଉଛି ଅଗ୍ନି ବର୍ଷା। ପଶ୍ଚିମରୁ ଉପକୂଳ ସବୁଠି ହେଉଛି ଗ୍ରୀଷ୍ମ ପ୍ରବାହ। ସକାଳ ୯ଟାରୁ ଅନୁଭବ ହେଉଛି ପ୍ରବଳ ଖରା। ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ଖୋର୍ଦ୍ଧାକୁ ହିଟ୍ ୱେଭ୍ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗତକାଲି ମଧ୍ୟ ୪୦ ଡିଗ୍ରୀ ଉପରେ ୨୪ ସହରର ତାପମାତ୍ରା ଥିବା ବେଳେ ୧୬ ଜିଲାକୁ ଅହସ୍ୟ ଗରମ ଓ ଗୁଳୁଗୁଳି ପାଇଁ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ। ଆସନ୍ତା ୨୬ ତାରିଖ ଯାଏ ଉଭୟ ଦିନ ଓ ରାତି ତାପମାତ୍ରା ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇପାରେ ବୋଲି ଆକଳନ କରାଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ