ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା।
ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ ଯାଇଥିଲେ।

  • Garvita Odia

    Related Posts

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ରାଞ୍ଚି: ମହାଦେବଙ୍କୁ ଜଳଲାଗି କରି ଫେରିବା ବେଳେ ସଡ଼କ ଦୁର୍ଘଟଣା । କାଉଡିଆ ଯାତ୍ରା ହେଲା ଶେଷଯାତ୍ରା । ଝାଡଖଣ୍ଡ ଦେଓଗଡ଼ ମହାନପୁର ଥାନା ଜାମୁନିଆ ଜଙ୍ଗଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାଉଡିଆଙ୍କୁ ନେଇ ଯାଉଥିଲା ଏକ…

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ । ସୋମବାର ବିଳମ୍ବିତ ରାତିରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରଏଟର୍ସ ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଅନୁଯାୟୀ, ଏହି ଭୂମିକମ୍ପର ତୀବ୍ରତା…

    Leave a Reply

    Your email address will not be published. Required fields are marked *

    You Missed

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ ମାନସ ମଙ୍ଗରାଜ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ  ମାନସ ମଙ୍ଗରାଜ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି