ଡାକ୍ତରଙ୍କ ଆନ୍ଦୋଳନ: କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ-ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଢେଙ୍କାନାଳ ଓ କଳାହାଣ୍ଡି ଜିଲାରେ ଡାକ୍ତର କାର୍ଯ୍ୟରେ ଯୋଗ ଦେଲେଣି। କେଉଁଠି ମୃତଦେହ ବ୍ୟବଚ୍ଛେଦ ହୋଇ ନ ଥିଲା, ତାହାର ସମାଧାନ ହୋଇଯାଇଛି। ସରକାରଙ୍କ ନିୟମ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରାଯାଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ୫୦ ପ୍ରତିଶତରୁ କମ୍‌ ଡାକ୍ତର ଅଛନ୍ତି। ତେଣୁ ରୋଗୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସମୟରେ ଡାକ୍ତରମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟ ଡାକ୍ତରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛନ୍ତି। ଯାହାକୁ ନେଇ ଡାକ୍ତରମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସୁରକ୍ଷା ସମେତ ଅନ୍ୟାନ୍ୟ ଦାବି ନେଇ ଡାକ୍ତରମାନେ ଅନ୍ଦୋଳନକୁ ଓହ୍ଲାଇଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ