ଡିଜିପିଙ୍କ ଠାରେ ଫେରାଦ ହେଲା ବିଜେଡି

ଭୁବନେଶ୍ଵର: ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି କରିଥିବା କରିଥିବା ଆଶାଳୀନ ମନ୍ତବ୍ୟକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଏହି ଘଟଣାରେ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ଆଜି ପୋଲିସ ମହାନିର୍ଦ୍ଦେଶକଙ୍କୁ ସାକ୍ଷାତ କରିଛନ୍ତି। ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଚରିତ୍ର ସଂହାର କରି ଯେପରି ବକ୍ତବ୍ୟ ଦେଇଛନ୍ତି ସେ ନେଇ ଡିଜପିଙ୍କୁ ଅବଗତ କରାଇଛନ୍ତି।
ଏହି ଘଟଣାରେ ଲେଖାଶ୍ରୀ ସାମନ୍ତସିଂହାର ମହିଳା ଥାନାରେ ଏତଲା ଦେଇଛନ୍ତି କିନ୍ତୁ ଏ ପର୍ୟ୍ୟନ୍ତ କୌଣସି କାର୍ୟ୍ୟାନୁଷ୍ଠାନ ହୋଇନାହିଁ। ସନ୍ତୋଷ ଖଟୁଆଙ୍କୁ ଗିରଫ କରି ଏକ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଡିଜିପି ଅନୁରୋଧ କରିଛି ବିଜେଡି। ଯଦି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାନଯିବ ତେବେ କର୍ମଜୀବୀ ମହିଳାମାନେ ଆଉ ବାହାରକୁ ବାହାରିବେ ନାହିଁ କି ସୁରକ୍ଷିତ ମନେକରିବେ ନାହିଁ। ବିଜେପି ସରକାରରେ ମୁଖ୍ୟମନ୍ତ୍ରୀ କହୁଛନ୍ତି ଲୋକଙ୍କ ସରକାର କିନ୍ତୁ ଲୋକ ବିରୋଧୀ କାର୍ୟ୍ୟ ହେଉଛି । ସନ୍ତୋଷ ଖଟୁଆଙ୍କୁ ଗିରଫ ନ କଲେ ବିଜେଡି ଆନ୍ଦୋଳନ ତୀବ୍ରତର କରିବ । ପ୍ରତି ପରିବାର ଓ ପ୍ରତି ମହିଳାଙ୍କ ପାଖକୁ ଯିବ ବିଜେଡି ଏ ଲଢେଇକୁ ତୃଣମୂଳ ସ୍ତରକୁ ନିଆଯିବ ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ