
ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ ମାରିବା ପାଇଁ ନିକଟସ୍ଥ ଗୋପାଳପାଲି ନାଳକୁ ଯାଇଥିଲେ। ତେବେ ସେଠାରେ ସେ ମାଛ ମାରିବା ପାଇଁ ଡିନାମାଇଟ ବ୍ୟବହାର କରୁଥିବା ବେଳେ ଅସାବଧାନତଃ ତାହା ଫୁଟିଯାଇଥିଲା।ଫଳରେ ତାଙ୍କର ଡାହାଣ ହାତର ପାପୁଲି ଛିଣ୍ଡିଯିବାସହ ସଞ୍ଜୟ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବାରକୋଟ ମେଡିକାଲ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥାସଂଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା।

