ଡିଭାଇଡ଼ରକୁ ପିଟିଲା ଆଳୁ ବୋଝେଇ ଟ୍ରକ: ୨ ମୃତ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ପୋଲ ଉପରେ ଏକ ଆଳୁ ବୋଝେଇ ଟ୍ରକ ଡିଭାଇଡ଼ରକୁ ଧକା ଦେବାରୁ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆକି ସକାଳ ଭୋର ସମୟରେ ପଶ୍ଚିମବଙ୍ଗରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଆଳୁ ବୋଝେଇ ଟ୍ରକ ତଳନଗର ନିକଟରେ ଅନ୍ୟଏକ ଗାଡିକୁ ଧକା ଦେବା ସହିତ ରାସ୍ତାର ଡିଭାଇଡ଼ରକୁ ଧକା ଦେଇଥିଲା। ଫଳରେ ଗାଡିର ଚାଳକ ଓ ହେଲଫର ଆଳୁବସ୍ତା ସହ ପୋଲ ତଳକୁ ଖସି ଚାପିହୋଇ ରହିଥିଲେ। ଖବର ପାଇ ଜାତୀୟ ରାଜପଥ ପେଟ୍ରୋଲିଂ ପୁଲିସ ଓ ସୋର ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଦୀର୍ଘ ସମୟ ପରେ ଉଭୟଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଖବର ଲେଖାଯିବା ପର୍ୟ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ